Posted inଜାତୀୟ

ହରିୟାଣା ଫଳାଫଳ ପରେ କଂଗ୍ରେସକୁ ବଡ଼ ଝଟ୍‌କା, ବଡ଼ ଆକ୍ସନ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧୦: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢିବ ଆମ ଆଦମୀ ପାର୍ଟି। ଅରବିନ୍ଦ କେଜରିୱାଲ ଇଣ୍ଡିଆ ମେଣ୍ଟର ସଦସ୍ୟ ହୋଇଥିଲେ ମଧ୍ୟ ଆଗାମୀ ନିର୍ବାଚନରେ ଏକାକୀ ଲଢିବେ ବୋଲି ଘୋଷଣା କରିଛନ୍ତି। ଏହା ପୂର୍ବରୁ କଂଗ୍ରେସ ସହ ମେଣ୍ଟ କରି ଏଏପି ଦିଲ୍ଲୀରେ ଲୋକ ସଭା ନିର୍ବାଚନ ଲଢିଥିଲା।

କହିରଖୁଛୁ କି, ହରିୟାଣାରେ ଉଭୟ କଂଗ୍ରେସ ଓ ଏଏପିକୁ ଝଟକା ଲାଗିଛି। କଂଗ୍ରେସ ହରିୟାଣାରେ ବଡ଼ ପରାଜୟର ସମ୍ମୁଖୀନ ହୋଇଥିବାବେଳେ ଏଏପି ଖାତା ଖୋଲିବାକୁ ସକ୍ଷମ ହୋଇନାହିଁ। ହରିୟାଣାରେ ଦୁଇ ଦଳ ଏକାଠି ନିର୍ବାଚନ ଲିବାକୁ ଆଗ୍ରହ ଦେଖାଇଥିଲେ ହେଁ ସିଟ ଶେୟାରିଂ ନେଇ ବୁଝାମଣା ନ ହେବାରୁ ଉଭୟ ଅଲଗା ଅଲଗା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।

ହରିୟାଣା ଫଳାଫଳ ପରେ ଏଏପି ମୁଖପାତ୍ର ପ୍ରିୟଙ୍କା କାକ୍କର କହିଛନ୍ତି, ଏଏପି ଦିଲ୍ଲୀରେ କଂଗ୍ରେସ ସହ କୌଣସି ମେଣ୍ଟ କରିବ ନାହିଁ। ହରିୟାଣାରେ ଏଏପି ଓ ସମାଜବାଦୀ ପାର୍ଟିକୁ କଂଗ୍ରେସ ସିଟ ଛାଡି ନଥିଲା। ଲୋକ ସଭାବେଳେ ଉତ୍ତର ପ୍ରଦେଶ ଓ ଦିଲ୍ଲୀରେ ଦୁଇ ଦଳ କଂଗ୍ରେସକୁ ଅଧିକ ଆସନ ଛାଡିଥିଲେ। ତଥାପି ହରିୟାଣାରେ କଂଗ୍ରେସ ସିଟ ଛାଡିବାକୁ ରାଜି ହୋଇ ନଥିଲା। ଦଳ ବିଜୟ ନେଇ ଅଧିକ ଆତ୍ମବିଶ୍ୱାସ ଦେଖାଇଥିଲେ। ତେଣୁ ଦଳକୁ ଏବେ ହାରିବାକୁ ପଡିଲା। ସେହିପରି ଏଏପି ସୁପ୍ରିମୋ ଅରବିନ୍ଦ କେଜରିୱାଲ କଂଗ୍ରେସକୁ ପରୋକ୍ଷରେ କଟାକ୍ଷ କରିଥିଲେ। ସେ କହିଥିଲେ ଯେ, ସବୁଠାରୁ ବଡ ଶିକ୍ଷା ହେଲା ନିର୍ବାଚନରେ ଜଣେ କେବେ ହେଲେ ହିଁ ଅତ୍ୟଧିକ ଆତ୍ମବିଶ୍ୱାସ ଦେଖାଇବା କଥା ନୁହେଁ।

ସୂଚନାଥାଉ କି, କଂଗ୍ରେସ ହାରିବାର କାରଣ ଜାଟ ଭୋଟ କୁହାଯାଉଥିବାବେଳେ ରାଜନୈତିକ ବିଶେଷଜ୍ଞ ପରାଜୟର ସବୁଠାରୁ ବଡ଼ କାରଣ ଅନ୍ୟକିଛି କହୁଛନ୍ତି। ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି, ଯେଉଁ ଆସନଗୁଡିକରେ କଂଗ୍ରେସର ପରାଜିତ ହୋଇଛି ତା’ର ସବୁଠାରୁ ବଡ କାରଣ ହେଉଛି ଆମ ଆଦମୀ ପାର୍ଟି ପ୍ରାର୍ଥୀ। କାରଣ କଂଗ୍ରେସର ବଡ଼ ଆକାରର ଭୋଟ ଏଏପିକୁ ଯାଇଛି।

ଯଦିଓ AAP ହରିୟାଣାରେ ଆକାଉଣ୍ଟ ଖୋଲିବାରେ ସକ୍ଷମ ହୋଇନାହିଁ, ଦଳ ଜମ୍ମୁ କଶ୍ମୀରରେ ଗୋଟିଏ ଆସନ ଜିତିଛି। ଏନେଇ ଗତକାଲି କେଜରିଓ୍ବାଲ କହିଛନ୍ତି ଯେ, ଜମ୍ମୁ କଶ୍ମୀର ହେଉଛି ପଞ୍ଚମ ରାଜ୍ୟ, ଯେଉଁଠାରେ ଆମ ଆଦମୀ ପାର୍ଟିର ଜଣେ ବିଧାୟକ ବିଜୟୀ ହୋଇଛନ୍ତି। ଆମ ଆଦମୀ ପାର୍ଟିର ପ୍ରାର୍ଥୀ ମେହେରାଜ ମଲିକ ଦୋଡା ଠାରୁ ଭାଜପା ପ୍ରାର୍ଥୀଙ୍କୁ ପରାସ୍ତ କରିଛନ୍ତି।

ହରିୟାଣା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟକୁ ନେଇ ଅନେକ ଆଲୋଚନା ହୋଇଥିଲା। କିନ୍ତୁ ଶେଷରେ ଏହି ମେଣ୍ଟ ଗଠନ ହୋଇପାରିଲା ନାହିଁ। ଏହା ପରେ କେବଳ ଏଏପି ନିଜ ପ୍ରାର୍ଥୀଙ୍କୁ ୮୯ ଟି ଆସନରେ ଛିଡା କରାଇଥିଲା। ହେଲେ ଗୋଟିଏ ବି ଆସନ ଦଖଲ କରିପାରିଲା ନାହିଁ।

ର୍ନିବାଚନ ପ୍ରଚାର ସମୟରେ କେଜରିୱାଲ ଦାବି କରିଥିଲେ ଯେ ହରିୟାଣାରେ ସରକାର ଏଏପି ସମର୍ଥନ ବିନା ଗଠନ ହେବ ନାହିଁ, କିନ୍ତୁ ଫଳାଫଳ ମଧ୍ୟ ଏହି ଦାବିକୁ ଭୁଲ ପ୍ରମାଣିତ କରିଛି। କେଜ୍ରିୱାଲଙ୍କ ଏହି ବିବୃତ୍ତି ଏପରି ସମୟରେ ଆସିଛି ଯେତେବେଳେ କଂଗ୍ରେସ ବଡ଼ ପରାଜୟ ସମ୍ମୁଖୀନ ହୋଇଛି। ତେବେ ଭୋଟ ଗଣିତକୁ ଦେଖିଲେ ଜାଣି ପାରିବା ଯେ, ମେଣ୍ଟ ଆଲୋଚନା ବିଫଳ ହେବାରୁ ଏଏପି କଂଗ୍ରେସ ସିଟ୍ରେ ମଧ୍ୟ ପ୍ରାର୍ଥୀ ଦେଇଥିଲା। ଯେଉଁ କାରଣରୁ ଭୋଟ ବ୍ୟାଙ୍କ ବାଣ୍ଟି ହୋଇ ଯାଇଥିଲା। ଏମିତି କିଛି ଆସନ ଅଛି ଯେଉଁଥିରେ କଂଗ୍ରେସ ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଥିବା ଦେଖିବାକୁ ମିଳିଛି।

ଯଦି ଆମେ ଭୋଟ ପ୍ରତିଶତକୁ ଦେଖିବା ତେବେ ଭାଜପାର ଭୋଟ ପ୍ରତିଶତ ୩୯.୯୪ ହୋଇଥିବାବେଳେ କଂଗ୍ରେସର ଭୋଟ ପ୍ରତିଶତ ୩୯.୩୧ ଓ AAP ର ଭୋଟ ପ୍ରତିଶତ- ୧.୭୯। ଏଭଳି ପରିସ୍ଥିତିରେ ଯଦି ଆମେ କଂଗ୍ରେସ ଏବଂ AAP ର ଭୋଟ ପ୍ରତିଶତକୁ ଏକାଠି କରିବା, ତେବେ ଏହା ଭାଜପାର ଭୋଟ ପ୍ରତିଶତ ଠାରୁ ପ୍ରାୟ ୧ ପ୍ରତିଶତ ଅଧିକ।

ଗତକାଲି ହରିୟାଣା ରେଜଲ୍ଟ ପରେ ଆମ ଆଦମୀ ପାର୍ଟି (ଆପ) ନେତା ଅରବିନ୍ଦ କେଜରିଓ୍ବାଲ କଂଗ୍ରେସର ପରାଜୟକୁ ନେଇ କମେଣ୍ଟ କରିଛନ୍ତି। କଂଗ୍ରେସର କଟା ଘା’ରେ ଚୂନ ଦେଇ ସେ କହିଛନ୍ତି ଯେ, ର୍ନିବାଚନରେ କେବେବି ଅତ୍ୟଧିକ ଆତ୍ମବିଶ୍ୱାସୀ ହେବା ଉଚିତ୍ ନୁହେଁ। ପ୍ରତ୍ୟେକ ର୍ନିବାଚନର ସବୁଠାରୁ ବଡ ଶିକ୍ଷା ହେଉଛି ଯେ ଆପଣ କେବେବି ଅତ୍ୟଧିକ ଆତ୍ମବିଶ୍ୱାସୀ ହେବା ଉଚିତ ନୁହେଁ। କୌଣସି ର୍ନିବାଚନକୁ ହାଲୁକା ଭାବେ ଗ୍ରହଣ କରାଯିବା ଉଚିତ୍ ନୁହେଁ


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri