Posted inଖେଳ

ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ଅକଲାଣ୍ଡ,୨୧।୧୧: ଭାରତ ବିପକ୍ଷ ତୃତୀୟ ଟି-୨୦ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଏକ ବଡ଼ ଝଟ୍‌କା ଲାଗିଛି। ବ୍ୟକ୍ତିଗତ କାରଣରୁ କିୱି ଦଳର ଅଧିନାୟକ କେନ ୱିଲିୟମସନ ତୃତୀୟ ମ୍ୟାଚ ଖେଳିବେ ନାହିଁ। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତୀୟ ଦଳ ବର୍ତ୍ତମାନ ୧-୦ ଅଗ୍ରଣୀ ହାସଲ କରିଛି। ୱେଲିଂଟନ୍‌ରେ ପ୍ରଥମ ମ୍ୟାଚ ବର୍ଷା ହେତୁ ଧୋଇ ହୋଇଯାଇଥିଲା। ଏହା ପରେ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଭାରତ ୬୫ ରନରେ ଜିତିଥିଲା। ଏବେ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ନାପିଅରରେ ଖେଳାଯିବ।
ଆଇସିସି ଅନୁଯାୟୀ, ମେଡିକାଲ କାର୍ଯ୍ୟ ହେତୁ ୱିଲିୟମସନ ତୃତୀୟ ଟି-୨୦ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ସିନିୟର ଫାଷ୍ଟ ବୋଲର ଟିମ ସାଉଥି ନ୍ୟୁଜିଲାଣ୍ଡ ଦଳର ଦାୟିତ୍ୱ ଗ୍ରହଣ କରିବେ। ଏଥି ସହ ବାମହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନ ମାର୍କ ଚ୍ୟାପମ୍ୟାନ ଦଳକୁ ଫେରିଛନ୍ତି। ସେ ତୃତୀୟ ଟି-୨୦ରେ ଏକ ସୁଯୋଗ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?