ବିଜେଡିରେ ବଡ଼ ପରିବର୍ତ୍ତନ: ଏବେ ସାମ୍ନାକୁ ଆସି ଭାଜପାକୁ କଡ଼ା ଜବାବ ଦେଉଛନ୍ତି ବଡ଼ ନେତା

ଭୁବନେଶ୍ୱର,୨୭।୬: ୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ବିଜେଡି ବଡ଼ ପରିବର୍ତ୍ତନ ଆଣୁଥିବାର ଦେଖିବାକୁ ମିଳୁଛି। ନିର୍ବାଚନ ପୂର୍ବରୁ ବିଜେଡିର ପୂର୍ବତନ ନେତ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡି ମୁଖପାତ୍ରଙ୍କୁ ସବୁଠି ଦେଖିବାକୁ ମିଳୁଥିଲା। କିନ୍ତୁ ଏଥର ବିଜେଡିରେ ବଡ ପରିବର୍ତ୍ତନ ହେଲା ଭଳି ମନେ ହେଉଛି । ଆଉ ସେ ପରିବର୍ତ୍ତନ ହେଲା, ବଡ ବଡ ଅନୁଭବି ନେତାଙ୍କୁ ଏବେ ସାମ୍ନାକୁ ଆଣୁଛି । ତେବେ ପ୍ରସଙ୍ଗ ଓ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଏବେ ଅଭିଜ୍ଞ ଓ ବରିଷ୍ଠ ନେତା ହିଁ ସରକାରଙ୍କୁ କାଉଣ୍ଟର କରିବେ ବୋଲି କୁହାଯାଉଛି ।

ଗୁରୁବାର ବିଜେଡିର ଖବରଦାତା ସମ୍ମିଳନୀରେ ମହାନଦୀ ପ୍ରସଙ୍ଗରେ ଭାଜପାକୁ କଡ଼ା ଜବାବ ଦେଇଛି ବିଜେଡି। ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା ଓ ପ୍ରତାପ ଦେବ ମହାନଦୀ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବରିଷ୍ଠ ନେତା ଦେବୀ ପ୍ରସାଦ କହିଛନ୍ତି, ମହାନଦୀ ଓଡ଼ିଶାର ୧୬ ଜିଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ଓ ତଳମୁଣ୍ଡରେ ଓଡ଼ିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି।

ବିଜେଡି ନେତା ଆହୁରି କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟସିଙ୍କ ନିକଟରେ ବାରମ୍ବାର ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତତ୍କାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତ୍ୱେ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡ଼ିଶାର ସ୍ବାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

ମହାନଦୀ ପାଇଁ ଓଡ଼ିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି। ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ଭାଜପା ସରକାରକୁ ସୁହାଇଲା ଭଳି କାର୍ଯ୍ୟକରିଥିଲା। ତେଣୁ ମହାନଦୀକୁ ନେଇ ଓଡ଼ିଶା ସରକାର କିଛି କରିନଥିଲେ। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ଭାଜପା ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ବାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri