ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି । ଦଳର ଜିଲା ସଭାପତିରେ ପରିବର୍ତ୍ତନ କରିଛି ଦଳ । ଜିଲା ସଭାପତି ସୁଧୀର ଦାସଙ୍କ ସ୍ଥାନରେ ଭେଟେରାନ ନେତା ତଥା ପୂର୍ବତନ ରାଜ୍ୟସଭା ଏମପି ଏନ.ଭାସ୍କର ରାଓଙ୍କୁ ଦଳ ଜିଲା ସଭାପତି ଦାୟିତ୍ୱ ଦେଇଛି । ଜିଲାରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦଳ ଭାସ୍କରଙ୍କ ଉପରେ ଭରସା କରି ଏଭଳି ନିଷ୍ପତ୍ତି ନେଇଛି । ଆଗାମୀ ସାଧାରଣ ନିର୍ବାଚନକୁ ଜିଲାରେ ଭାସ୍କର ପରିଚାଳନା କରିବେ ବୋଲି ସୂଚନା ମିଳିଛି ।
ଅନ୍ୟପଟେ ସୁଧୀର ଦାସଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଏବଂ ବିଷମକଟକ ନିର୍ବାଚନ ମଣ୍ଡଳୀର ନିର୍ବାଚନ ପରିଚାଳନା ଦାୟିତ୍ୱ ମିଳିଛି । ଏଥିସହ ଆଉ ଜଣେ ଟପ ନେତା କୃଷ୍ଣ ମହାପାତ୍ରଙ୍କୁ ରାୟଗଡା ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି ।

ସୂଚନା ଥାଉକି, ଗତ କିଛି ବର୍ଷ ହେବ ସମଗ୍ର ଜିଲାରେ ବିଜେଡି ଭିତରେ ଗୋଷ୍ଠୀ କନ୍ଦଳ ତୀବ୍ର ହୋଇଥିଲା । ଏହିଭଳି କନ୍ଦଳ ପାଇଁ ଗତ ନିର୍ବାଚନରେ ଦଳ ରାୟଗଡା ଆସନରେ ପରାଜିତ ହୋଇଥିଲା । ଆଉ ଏବେ ଅନୁସୟା ମାଝୀଙ୍କୁ ପ୍ରାର୍ଥୀ ଘୋଷଣା ପରେ ତାଙ୍କୁ ତୀବ୍ର ବିରୋଧ କରିଥିଲେ ଦଳୀୟ ନେତା ଓ କର୍ମୀ । ଫଳରେ ଲଗାତାର ଭାବେ ଦଳର ଶୀର୍ଷ ନେତୃତ୍ୱ ଏକାଧିକ ବାର ଉଭୟ ଭାସ୍କର ଓ ସୁଧୀର ଗୋଷ୍ଠୀକୁ ଡାକି ଆଲୋଚନା କରିଥିଲେ । ଗତ ତିନି ଦିନ ଧରି ଏହି ସମସ୍ୟାର ସମାଧାନ ପାଇଁ ମାନସ ମନ୍ଥନ ଚାଲିଥିଲା । ଶେଷରେ ଜିଲା ସଭାପତି ପରିବର୍ତନ କରି ସମାଧାନ କରିବାକୁ ଦଳ ତରଫରୁ ଉଦ୍ୟମ କରାଯାଇଛି । ୫୨ବର୍ଷର ଦୃଢ ରାଜନୈତିକ ନେତୃତ୍ୱକୁ ଭରସା କରି ଦଳ ଭାସ୍କରଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri