ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ବଡ଼ ପରିବର୍ତ୍ତନ: ଇନ୍ଦିରା, ନର୍ଗିସ୍‌ଙ୍କ ନାଁ ହଟାଇଦେଲେ

ନୂଆଦିଲ୍ଲୀ,୧୪।୨(ପି.ଟି.):ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଅନେକ ପରିବର୍ତ୍ତନ କରାଯାଇଛି। ଏଥିରେ ‘ସର୍ବଶ୍ରେଷ୍ଠ ନବାଗତ ଚଳଚ୍ଚିତ୍ର ପାଇଁ ରହିଥିବା ଇନ୍ଦିରା ଗାନ୍ଧୀ ପୁରସ୍କାର’ ଏବଂ ‘ଜାତୀୟ ସଂହତି ଉପରେ ସର୍ବଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍‌ ଦତ୍ତ ପୁରସ୍କାର’ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କିମ୍ବଦନ୍ତୀ ଅଭିନେତ୍ରୀଙ୍କ ନାଁ ହଟାଇ ଦିଆଯାଇଛି। ବିଭିନ୍ନ ବର୍ଗରେ ଦିଆଯାଉଥିବା ସମ୍ମାନକୁ ଯୁକ୍ତିସଙ୍ଗତ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଗଠିତ କମିଟିର ସୁପାରିସକ୍ରମେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ପରିବର୍ତ୍ତନ ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି। ‘ଶ୍ରେଷ୍ଠ ନବାଗତ ନିର୍ଦ୍ଦେଶକ ପାଇଁ ଇନ୍ଦିରା ଗାନ୍ଧୀ ପୁରସ୍କାର’ ନାଁ ବଦଳାଯାଇ ‘ଶ୍ରେଷ୍ଠ ନବାଗତ ନିର୍ଦ୍ଦେଶକ ପୁରସ୍କାର’ ରଖାଯାଇଛି। ପୂର୍ବରୁ ଏ ବାବଦରେ ମିଳୁଥିବା ପୁରସ୍କାର ରାଶିକୁ ନିର୍ଦ୍ଦେଶକ ଓ ନିର୍ମାତାଙ୍କ ମଧ୍ୟରେ ଭାଗ କରାଯାଉଥିବାବେଳେ ଏଣିକି କେବଳ ନିର୍ଦ୍ଦେଶକ ଉକ୍ତ ପୁରସ୍କାର ରାଶି ପାଇବେ। ସେହିପରି ‘ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍‌ ଦତ୍ତ ପୁରସ୍କାର’ ନାଁ ବଦଳାଯାଇ ‘ଜାତୀୟ, ସାମାଜିକ ଓ ପରିବେଶୀୟ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରୁଥିବା ଶ୍ରେଷ୍ଠ ଫିଚର ଫିଲ୍ମ’ ରଖାଯାଇଛି। ଏହି ବର୍ଗରେ ସାମାଜିକ ଏବଂ ପରିବେଶ ସଂରକ୍ଷଣ ପାଇଁ ଥିବା ଅଲଗା ଅଲଗା ପୁରସ୍କାରକୁ ଗୋଟିଏ ପୁରସ୍କାର କରାଯାଇଛି। ସେହିପରି ଦାଦାସାହେବ ଫାଲ୍‌କେ ପୁରସ୍କାରରେ ଦିଆଯାଉଥିବା ନଗଦ ଅର୍ଥ ରାଶିକୁ ୧୦ ଲକ୍ଷରୁ ୧୫ ଲକ୍ଷ ଟଙ୍କାକୁ ବଢ଼ାଇ ଦିଆଯାଇଛି। ସ୍ବର୍ଣ୍ଣ କମଳ ପୁରସ୍କାର ରାଶିକୁ ୩ ଲକ୍ଷ ଏବଂ ରଜତ କମଳ ପୁରସ୍କାର ରାଶିକୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବର୍ଗରେ ପରିବର୍ତ୍ତନ ଲାଗି ଗଠିତ କମିଟି ଗତ ଡିସେମ୍ବରରେ ଚୂଡ଼ାନ୍ତ ସୁପାରିସ କରିଥିଲେ। ୨୦୨୨ ପାଇଁ ନ୍ୟାଶନାଲ ଆଓ୍ବାର୍ଡ ପାଇଁ ଏଣ୍ଟ୍ରି ଜାନୁଆରୀ ୩୦ରେ ଶେଷ ହୋଇଛି। ମହାମାରୀ ଯୋଗୁ ପୁରସ୍କାର ପ୍ରଦାନ ବିଳମ୍ବ ହେବା ସହ ୨୦୨୧ର ପୁରସ୍କାର ୨୦୨୩ରେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri