Posted inଖେଳ

ଶ୍ରୀଲଙ୍କା କ୍ରିକେଟ୍‌ରେ ବଡ଼ ପରିବର୍ତ୍ତନ: ଏହି କ୍ରିକେଟ୍‌ର ହେଲେ ଫୁଲ୍‌ଟାଇମ କୋଚ୍‌

କଲମ୍ବୋ, ୭ା୧୦: ପୂର୍ବତନ ଅଧିନାୟକ ସନଥ ଜୟସୁରିୟା ସୋମବାର ଶ୍ରୀଲଙ୍କା କ୍ରିକେଟ ଦଳର ଫୁଲ୍‌ଟାଇମ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ଟି୨୦ ବିଶ୍ୱକପ୍‌ ଶେଷ ପର୍ଯ୍ୟନ୍ତ ରହିବ। ପୂର୍ବତନ ବାମହାତୀ ଓପନର ଜୁଲାଇ ଆରମ୍ଭରୁ ଶ୍ରୀଲଙ୍କାର କାମଚଳା କୋଚ୍‌ ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି। ଭାରତ ଓ ଇଂଲଣ୍ଡ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ ପରେ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ତାଙ୍କୁ ଫୁଲ୍‌ଟାଇମ୍‌ କୋଚ୍‌ ଭାବେ ନିଯୁକ୍ତି ଦେବାଲାଗି ନିଷ୍ପତ୍ତି ନେଇଥିଲା। ଜୟସୁରିୟାଙ୍କ ନେୃତ୍ୱତ୍ୱରେ ଶ୍ରୀଲଙ୍କା ୨୭ ବର୍ଷ ପରେ ଭାରତ ବିପକ୍ଷରେ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ ଦ୍ୱିପାକ୍ଷିକ ସିରିଜ ଜିତିଛି। ଦଳ ୧୦ବର୍ଷରେ ଇଂଲଣ୍ଡ ବିପକ୍ଷରେ ଏକ ଆଓ୍ବେ ଟେଷ୍ଟ ମ୍ୟାଚ ଜିତିପାରିଛି। ନିକଟରେ ଶ୍ରୀଲଙ୍କା ନିଜ ଦେଶରେ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ୨-୦ରେ ବିଜୟ ଲାଭ କରିଛି।

ଜୟସୁରିୟା କାମଚଳା କୋଚ୍‌ ଥିବା ବେଳେ ନିକଟରେ ଅନୁଷ୍ଠିତ ଭାରତ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ବିପକ୍ଷ ଟୁର୍‌ରେ ଦଳ ଭଲ ପ୍ରଦର୍ଶନ କରିଛି। ଏହାକୁ ବିଚାର କରି ଶ୍ରୀଲଙ୍କା କ୍ରିକେଟର କାର୍ଯ୍ୟନିର୍ବାହୀ କମିଟି ଜୟସୁରିୟାଙ୍କୁ ଦଳର କୋଚ୍‌ ଭାବେ ନିଯୁକ୍ତି ଦେଇଥିବା ଏସ୍‌ଏଲ୍‌ସି ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ଜୟସୁରିୟାଙ୍କ ନିଯୁକ୍ତି ଅକ୍ଟୋବର ୧ରୁ କାର୍ଯ୍ୟକାରୀ ହେବ ଏବଂ ୨୦୨୬ ମାର୍ଚ୍ଚ ୩୧ରେ ଶେଷ ହେବ। ଜୟସୁରିୟା ପୂର୍ବରୁ ମୁଖ୍ୟ ଚୟନକର୍ତ୍ତା ଭାବେ କାର୍ଯ୍ୟ କରିଛନ୍ତି। ଅକ୍ଟୋବର ୧୩ରୁ ଦାମ୍ବୁଲାଠାରେ ଆରମ୍ଭ ହେବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜରେ ସେ ଫୁଲ୍‌ଟାଇମ କୋଚ୍‌ ଭାବେ ତାଙ୍କ କାର୍ଯ୍ୟ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?