ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା ବ୍ଲକରେ ସର୍ବାଧିକ ୪୨ମି.ମି ବର୍ଷା ହୋଇଛି। ଏପରି କି ଦଶମନ୍ତପୁର ବ୍ଳକରେ ସର୍ବନିମ୍ନ ୨ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିପରି ଜିଲାର ବୈପାରିଗୁଡ଼ା ବ୍ଲକରେ ୧୧ମିମି, କୋରାପୁଟ ବ୍ଲକରେ ୨୮.୬ମିମି , ଲମତାପୁଟ ବ୍ଲକରେ ୧୭ ମିମି ବର୍ଷା ହୋଇଥିବା ବେଳେ ଜୟପୁର ବ୍ଲକରେ ୨୮.୬ମିମି ବର୍ଷା, କୋଟପାଡ ବ୍ଳକରେ ୧୬ମିମି, ପଟ୍ଟାଙ୍ଗି ବ୍ଲକରେ ୧୯.୨ମିମି, ନନ୍ଦପୁର ବ୍ଳକରେ ୭ମିମି, କୁନ୍ଦ୍ରା ବ୍ଳକରେ ୨୭ମିମି, ଲକ୍ଷ୍ମୀପୁର ବ୍ଲକରେ ୫.୩ ମିମି, ବନ୍ଧୁଗାଁ ବ୍ଳକରେ ୬ ମିମି ଓ ବୋରିଗୁମ୍ମା ବ୍ଲକରେ ୪.୨ ମିମି ବର୍ଷା ହୋଇଛି।

କୋରାପୁଟରେ ମଙ୍ଗଳବାର ଭୋର ୪ଟାରୁ ପ୍ରବଳ ଝଡ ତୋଫାନ ସହ ବର୍ଷା ହୋଇଥିଲା। ଫଳରେ ଜିଲାର ସେମିଳିଗୁଡା, ଜୟପୁର, କୋରାପୁଟ, କୁନ୍ଦ୍ରା ଆଦି ବିଭିନ୍ନ ବ୍ଲକ ଅଞ୍ଚଳରେ ଲାଗିଥିବା ବିଜ୍ଞାପନ ବୋର୍ଡଗୁଡିକ ଉଡି ଭାଙ୍ଗି ଯାଇଥିଲା। ଏପରିକି ପ୍ରବଳ ବର୍ଷା ଯୋଗୁ କୋରାପୁଟ ସହରର ସମେତ ବିଭିନ୍ନ ସ୍ଥାନରେ ଜଳାବର୍ଣ୍ଣ ହୋଇଯାଇଛି।

ଅନ୍ୟପକ୍ଷେ କିଛି ଦିନ ଧରି ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ଜନସାଧାରଣଙ୍କୁ ଟିକିଏ ଆଶ୍ୱସ୍ତି ମିଳିଛି। ଏପରିକି ବର୍ଷା ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ବିଦ୍ୟୁତ୍‌ ତାର ଛିଣ୍ଡି ପଡିଥିବା ଜଣାପଡିଛି। ଫଳରେ ଭୋର ୪ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଥିଲା। ବିଭାଗୀୟ କର୍ମଚାରୀଙ୍କ ମରାମତି ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri