କ୍ରାଇମବ୍ରାଞ୍ଚ ଟିମ୍‌କୁ ବଡ଼ ସୁରାକ୍‌, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌କୁ ଏକ ବଡ଼ ସୁରାକ୍‌ ମିଳିଛି। ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା ଏବଂ କିଏ ଆଣିଲା ସେନେଇ ସୁରାକ୍‌ ମିଳିଛି।

ପେଟ୍ରୋଲ ପମ୍ପରୁ ଜଣେ ଛାତ୍ରୀ ବୋତଲରେ ଗୋଟିଏ ଲିଟର ତେଲ ନେଇଥିଲେ। ସିସିଟିଭି ଫୁଟେଜକୁ ଆଧାର କରି କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି।

ଚତୁର୍ଥ ପର୍ଯ୍ୟାୟରେ ଶୁକ୍ରବାର ଦୁଇଜଣିଆ ଟିମ୍‌ ପହଞ୍ଚି କଲେଜରେ ଭାରପ୍ରାପ୍ତ ଅଧ୍ୟକ୍ଷ ଓ ଆଇସିସି କମିଟି ମେମ୍ବରଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚରାଉଚରା କରିଥିଲେ। ଏଥିସହ ସ୍ଥାନୀୟ ପେଟ୍ରୋଲ ପମ୍ପକୁ ଯାଇ ତଦନ୍ତ କରିଥିଲେ। ଘଟଣା ଦିନ ଜଣେ ଯୁବତୀ ବ୍ୟାଟେରୀଚାଳିତ ସ୍କୁଟି ଯୋଗେ ଯାଇ ଏକ ବୋତଲରେ ୧ଲିଟର ପେଟ୍ରୋଲ ଆଣିଥିବା ସମ୍ପର୍କରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ପଚାରି ବୁଝିଥିଲେ। ଯିଏ ପେଟ୍ରୋଲ ଆଣିଥିଲେ, ତାଙ୍କର ଉକ୍ତ ଛାତ୍ରୀଙ୍କ ସହ ସମ୍ପର୍କ କଣ, ସେ ଏବିଭିପି ସଙ୍ଗଠନ ସହ ଜଡ଼ିତ କି ନାହିଁ, ଏହି ପେଟ୍ରୋଲ କଲେଜକୁ ଯାଇଥିଲା କି, ସେ ସମ୍ପର୍କରେ ଏହି ଟିମ୍‌ ଅନୁଧ୍ୟାନ କରିଛନ୍ତି। ପେଟ୍ରୋଲ ପମ୍ପ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଜାରି ରହିଛି।

ସୂଚନାଯୋଗ୍ୟ, ଛାତ୍ରୀ ଜଣକ ଗତ ୧୨ ତାରିଖରେ କଲେଜ ପରିସରରେ ଆତ୍ମାହୁତି ଉଦ୍ୟମ କରିଥିଲେ। ସୋମବାର ରାତିରେ ତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଅଧ୍ୟକ୍ଷ ଦିଲୀପ ଘୋଷ ଓ ଏଚ୍‌ଓଡି ସମୀର ସାହୁଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଥିଲା। ଏହାପରେ ପୋଲିସ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri