ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ୍‌

ବଲାଙ୍ଗୀର,୨୫ା୧୧(ସୁନିଲ କୁମାର ମହାନ୍ତି): କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍‌ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି ଏବଂ ଏହାର ତଦନ୍ତ ଜରୁରୀ ବୋଲି ଦାବି କରିଛନ୍ତି। ଏସ୍‌ପି ଅଫିସକୁ ଯାଇ ସଙ୍ଗଠନର ପ୍ରତିନିଧିମାନେ ହ୍ୟୁମାନ ସାଗରଙ୍କ ଦୁଇ ମ୍ୟାନେଜର ଦିନେଶ ବେହେରା ଏବଂ ପ୍ରଶାନ୍ତ ବିରୋଧରେ ଅଭିଯୋଗ କରିଥିଲେ। ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବା ସମୟରେ ମଧ୍ୟ ଷ୍ଟେଜ୍‌ ଶୋ’ କରିବାକୁ ତାଙ୍କୁ ବାଧ୍ୟ କରାଯାଉଥିଲା। ଅସୁସ୍ଥ ହ୍ୟୁମାନଙ୍କୁ ଜୋରଜବରଦସ୍ତ ଷ୍ଟେଜ୍‌କୁ ନେଇ ପ୍ରୋଗ୍ରାମ କରି ତାଙ୍କ ଜୀବନକୁ ବିପଦକୁ ଠେଲି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏପରିକି ହ୍ୟୁମାନଙ୍କ ମା’ଙ୍କୁ ମ୍ୟାନେଜର ଦିନେଶ ଯେଉଁଭଳି ଦୁର୍ବ୍ୟବହାର ପ୍ରଦର୍ଶନ କରିଛନ୍ତି, ତାକୁ ମଧ୍ୟ କଡ଼ା ଭାଷାରେ ସମାଲୋଚନା କରି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅସୁସ୍ଥ ହ୍ୟୁମାନଙ୍କୁ ନିଜର ଆର୍ଥିକ ଲାଭ ପାଇଁ ବ୍ୟବହାର କରାଯାଉଥିବା ଏବଂ ତାଙ୍କର ଅର୍ଥ ସଂକ୍ରାନ୍ତୀୟ ନେଣଦେଣକୁ ମଧ୍ୟ ସେହି ଦୁଇ ମ୍ୟାନେଜର ପରିଚାଳନା କରୁଥିବା ଅଭିଯୋଗ ଆଣି ଏହାର ସିବିଆଇ ତଦନ୍ତ ଦାବି କରିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁର ତଦନ୍ତ ଦାବି ନେଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅମ୍ରିତ କୁମାର ପଣ୍ଡାଙ୍କୁ ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ ପକ୍ଷରୁ ଅଭିଯୋଗପତ୍ର ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri