Posted inରାଜ୍ୟ

”ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର”, ଏକସ୍ୱରରେ କହିଲେ ପଶ୍ଚିମ ଓଡ଼ିଶାର ଛାମୁଆ ନେତା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା ପଛରେ ଅନେକ ବଡ଼ ବଡ଼ ଲୋକଙ୍କ ହାତ ରହିଥିବା ସେମାନେ ଦାବି କରିଛନ୍ତି।

ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଦାବି କରିଛନ୍ତି, ନବୀନଙ୍କ ଗାଦି ବା ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିବା ଜଣେ ବ୍ୟକ୍ତି ଏଭଳି ହତ୍ୟାକାଣ୍ଡର ଷଡ଼ଯନ୍ତ୍ର କରିଛନ୍ତି। ପ୍ରଦୀପ କହିଛନ୍ତି, ”ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ୍ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।”

ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ”ବିଳମ୍ବରେ ହେଲେ ବି ସ୍ବର୍ଗତଃ ନବଦାସଙ୍କ ଝିଅ ଦୀପାଳିଙ୍କ ବୁଦ୍ଧି ଉଦୟ ହୋଇଛି। କେବଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିକି ଦେଲେ ହେବନି, କୋର୍ଟଙ୍କୁ ବି ଲେଖିକି ଦେବାକୁ ପଡ଼ିବ। ଦଳ ହାରିଗଲା ପରେ ଏବେ ମନେ ପଡ଼ିଲା ବୋଲି ଜୟନାରାୟଣ କହିଛନ୍ତି।”

ସେହିପରି କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା କହିଛନ୍ତି, ”ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର ରହିଛି। ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ଅଛି। ଘଟଣାର ସିବିଆଇ ତଦନ୍ତ ହେବା ଆବଶ୍ୟକ। CBI ତଦନ୍ତ ହେଲେ ହତ୍ୟା ପଛର ଷଡ଼ଯନ୍ତ୍ର ସାମ୍ନାକୁ ଆସିବ।”

ସେପଟେ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri