Posted inରାଜ୍ୟ

”ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର”, ଏକସ୍ୱରରେ କହିଲେ ପଶ୍ଚିମ ଓଡ଼ିଶାର ଛାମୁଆ ନେତା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା ପଛରେ ଅନେକ ବଡ଼ ବଡ଼ ଲୋକଙ୍କ ହାତ ରହିଥିବା ସେମାନେ ଦାବି କରିଛନ୍ତି।

ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଦାବି କରିଛନ୍ତି, ନବୀନଙ୍କ ଗାଦି ବା ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିବା ଜଣେ ବ୍ୟକ୍ତି ଏଭଳି ହତ୍ୟାକାଣ୍ଡର ଷଡ଼ଯନ୍ତ୍ର କରିଛନ୍ତି। ପ୍ରଦୀପ କହିଛନ୍ତି, ”ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ୍ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।”

ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ”ବିଳମ୍ବରେ ହେଲେ ବି ସ୍ବର୍ଗତଃ ନବଦାସଙ୍କ ଝିଅ ଦୀପାଳିଙ୍କ ବୁଦ୍ଧି ଉଦୟ ହୋଇଛି। କେବଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିକି ଦେଲେ ହେବନି, କୋର୍ଟଙ୍କୁ ବି ଲେଖିକି ଦେବାକୁ ପଡ଼ିବ। ଦଳ ହାରିଗଲା ପରେ ଏବେ ମନେ ପଡ଼ିଲା ବୋଲି ଜୟନାରାୟଣ କହିଛନ୍ତି।”

ସେହିପରି କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା କହିଛନ୍ତି, ”ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର ରହିଛି। ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ଅଛି। ଘଟଣାର ସିବିଆଇ ତଦନ୍ତ ହେବା ଆବଶ୍ୟକ। CBI ତଦନ୍ତ ହେଲେ ହତ୍ୟା ପଛର ଷଡ଼ଯନ୍ତ୍ର ସାମ୍ନାକୁ ଆସିବ।”

ସେପଟେ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଠେଲାପେଲା, ଆହତ ହେଲେ…

ଭୁବନେଶ୍ୱର,୨୫।୩: ବିଧାନସଭାରେ ସୁରକ୍ଷାକର୍ମୀ-କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଲବି ଗେଟ ବନ୍ଦ କରିବାକୁ ନେଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଲବିକୁ ଆସୁଥିବାବେଳେ ଗୃହକୁ ପ୍ରବେଶ...

ବିଧାନସଭାରେ ସୁରକ୍ଷାକର୍ମୀ-ବିଧାୟକ ଠେଲାପେଲା, ତାତିଲା କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ ଜଣ ସଦସ୍ୟ ଆସନ୍ତା ୭ଟି କାର୍ଯ୍ୟଦିବସ ଲାଗି ଗୃହରୁ ନିଲମ୍ବିତ ହୋଇଛନ୍ତି। ବିଧାନସଭାରେ ଚରମ ବିଶୃଙ୍ଖଳା କରୁଥିବା ଅଭିଯୋଗ ଅଣାଯାଇ ସେମାନଙ୍କୁ...

ସସ୍‌ପେଣ୍ଡକୁ ନେଇ ତାତିଲେ ତାରା, କହିଲେ ରାତିସାରା ଗୃହ ଭିତରେ ଶୋଇବୁ

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ନିଲମ୍ବନ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ...

ସସ୍‌ପେଣ୍ଡ ପରେ ସିଧା ଶୁଣାଇଦେଲେ ସୋଫିଆ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୫।୩: ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭...

IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ...

କଂଗ୍ରେସ ବିଧାୟକ ସସପେଣ୍ଡ: ସାଂଘାତିକ ବୟାନ ଦେଲେ ଭକ୍ତ

ଭୁବନେଶ୍ୱର,୨୫।୩:ବିଧାନସଭା ଭିତରେ ବିଶୃଙ୍ଖଳିତ ଆଚରଣ ପାଇ କଂଗ୍ରେସର ୧୨ବିଧାୟକଙ୍କୁ ସସପେଣ୍ଡ। କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ଗୃହ ଭିତରେ...

କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଲେ ପ୍ରମିଳା, ମୁଖ୍ୟମନ୍ତ୍ରୀଙ୍କୁ କହିଦେଲେ ବଡ଼କଥା

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ...

୨୯ରୁ ପୁଣି ବଢ଼ିବ ଖରା

ଭୁବନେଶ୍ୱର,୨୫।୩: ୨୯ରୁ ପୁଣି ବଢ଼ିବ ଖରା। ରାଜ୍ୟରେ ପୁଣି ଫେରିବ ହିଟ୍‌ୱେଭ। ୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri