Posted inରାଜ୍ୟ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଢିଲା ବିଡିଓଙ୍କ…

ଭୁବନେଶ୍ୱର, ୧୧।୯: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ବଢିଲା ବିଡିଓଙ୍କ କ୍ଷମତା । ବିଡିଓଙ୍କ ଆର୍ଥିକ କ୍ଷମତାକୁ ବଢାଇଲେ ରାଜ୍ୟ ସରକାର । ଏ ନେଇ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି । ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗ୍ରାମ ପଞ୍ଚାୟତ ସମିତିସ୍ତରରେ ବୃଦ୍ଧି ପାଇଥିବା ପାଣ୍ଠିର ପ୍ରବାହ ଓ ବିକାଶମୂଳକ କାର୍ଯ୍ୟର ପରିମାଣକୁ ଦୃଷ୍ଟିରେ ରଖି ଓଡ଼ିଶା ପଞ୍ଚାୟତ ସମିତି ହିସାବ ପ୍ରଣାଳୀ ନିୟମାବଳୀ-୨୦୦୨ ଅଧୀନରେ ନିର୍ଦ୍ଧାରିତ ବୈଷୟିକ ମଞ୍ଜୁରୀ ଓ ପ୍ରଶାସନିକ ଅନୁମୋଦନ କ୍ଷମତାକୁ ବୃଦ୍ଧି କରାଯାଇଛି। ଏଣିକି ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ)ମାନଙ୍କର ପଞ୍ଚାୟତସମିତି କାର୍ଯ୍ୟର ବିଲ୍‌ ପାସ୍‌ କରିବା ପାଇଁ ଆର୍ଥିକ କ୍ଷମତା ୧୦ ଲରିବ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ପଞ୍ଚାୟତ ସମିତି ପ୍ରକଳ୍ପଗୁଡ଼ିକର ଯୋଜନା ଏବଂ ଆକଳନର ପ୍ରଶାସନିକ ଅନୁମୋଦନ ପ୍ରଦାନ କରିବାର କ୍ଷମତା ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କୁ ମଧ୍ୟ ନ୍ୟସ୍ତ କରାଯାଇଛି। ମୁଖ୍ୟ ସଚିବ କହିଛନ୍ତି, ସାଧାରଣ ବିକାଶମୂଳକ କାର୍ଯ୍ୟଗୁଡ଼ିକ ପାଇଁ ବୈଷୟିକ ମଞ୍ଜୁରୀ ଏବଂ ପ୍ରଶାସନିକ ଅନୁମୋଦନ ପୂର୍ବରୁ ଯାହା ଥିଲା, ତାହାକୁ ବୃଦ୍ଧି କରାଯାଇଛି। କନିଷ୍ଠ ତଥା ସହକାରୀ ଯନ୍ତ୍ରୀମାନେ ଏବେ ୫ ଲକ୍ଷ ପର୍ଯ୍ୟନ୍ତ ବୈଷୟିକ ମଞ୍ଜୁରୀ ପ୍ରଦାନ କରିପାରିବେ। ସହକାରୀ ନିର୍ବାହୀ ଯନ୍ତ୍ରୀମାନଙ୍କୁ ୫ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ କ୍ଷମତା ମିଳିଥିବାବେଳେ ନିର୍ବାହୀ ଯନ୍ତ୍ରୀମାନେ ୨୦ ଲକ୍ଷରୁ ୧ କୋଟି, ଅଧୀକ୍ଷଣ ଯନ୍ତ୍ରୀମାନେ ୧ କୋଟିରୁ ୪ କୋଟି ପର୍ଯ୍ୟନ୍ତ ଏବଂ ୪ କୋଟିରୁ ଅଧିକ ପ୍ରକଳ୍ପ ମୁଖ୍ୟ ଯନ୍ତ୍ରୀଙ୍କ ଦ୍ବାରା ବୈଷୟିକ ମଞ୍ଜୁରୀ ପ୍ରଦାନ କରାଯିବ।
ଅନ୍ୟପକ୍ଷେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନରେ ବିକାଶମୂଳକ କାର୍ଯ୍ୟ ପାଇଁ କନିଷ୍ଠ/ସହାୟକ ଯନ୍ତ୍ରୀ/ଗ୍ରାମ ପଞ୍ଚାୟତ ବୈଷୟିକ ସହାୟକମାନେ ଏବେ ୫ ଲକ୍ଷ ପର୍ଯ୍ୟନ୍ତ ବୈଷୟିକ ମଞ୍ଜୁରୀ ପ୍ରଦାନ କରିପାରିବେ। ଯେତେବେଳେ କି ସହକାରୀ ନିର୍ବାହୀ ଯନ୍ତ୍ରୀମାନଙ୍କୁ ୫ ଲକ୍ଷରୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ଷମତା ଦିଆଯାଇଛି। ଅନୁରୂପ ଭାବେ ନିର୍ବାହୀ ଯନ୍ତ୍ରୀ/ଅତିରିକ୍ତ ନିର୍ବାହୀ ଅଧିକାରୀ(ବୈଷୟିକ)ମାନେ ୨୦ ଲକ୍ଷରୁ ୧ କୋଟି, ଅଧୀକ୍ଷଣ ଯନ୍ତ୍ରୀମାନେ ୧ କୋଟିରୁ ୪ କୋଟି ଏବଂ ୪ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପ ମୁଖ୍ୟ ଯନ୍ତ୍ରୀଙ୍କ ଦ୍ବାରା ବୈଷୟିକ ମଞ୍ଜୁରୀ ପ୍ରଦାନ କରାଯାଇପାରିବ। ସେହିପରି ସାଧାରଣ ବିକାଶମୂଳକ ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବ୍ୟତୀତ)ରେ ପ୍ରଶାସନିକ ଅନୁମୋଦନ କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି। ବିଡିଓ ୨୦ ଲକ୍ଷ ପର୍ଯ୍ୟନ୍ତ, ପଞ୍ଚାୟତ ସମିତି ଅଧ୍ୟକ୍ଷ ୨୦ ଲକ୍ଷରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଏବଂ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ୫୦ ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପରେ ଅନୁମୋଦନ ପ୍ରଦାନ କରିପାରିବେ। ସେହିପରି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା ଅଧୀନରେ ବିକାଶମୂଳକ କାର୍ଯ୍ୟ ପାଇଁ ପ୍ରଶାସନିକ ଅନୁମୋଦନ କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି। ବିଡିଓମାନେ ୨୦ ଲକ୍ଷ ପର୍ଯ୍ୟନ୍ତ, ପଞ୍ଚାୟତ ସମିତି ଅଧ୍ୟକ୍ଷ ୨୦ ଲକ୍ଷରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଏବଂ ଜିଲାପାଳ ୫୦ ଲକ୍ଷ ଟଙ୍କାରୁ ଅଧିକ ପ୍ରକଳ୍ପ ନିମନ୍ତେ ଅନୁମୋଦନ ପ୍ରଦାନ କରିପାରିବେ। ଏହି ସଂଶୋଧନଗୁଡ଼ିକ ବିଲ୍‌ ପାସ୍‌ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ ଏବଂ ସମସ୍ତ ପଞ୍ଚାୟତ ସମିତିରେ ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଦିଗରେ ସହାୟକ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri