Posted inଖେଳ

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ ନେଟଓ୍ୱର୍କ (ଜିଏଆଇଆଇଏନ୍‌)ର ଅନ୍ତିମ ସମ୍ମିଳନୀ ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓ୍ୱାଲର୍‌ଡ ଆଣ୍ଟି-ଡୋପିଂ ଏଜେନ୍ସି (ଓ୍ୱାଡା) ସଭାପତି ଓ୍ୱିଟୋଲ୍ଡ ବାଙ୍କା ଏହା କହିଛନ୍ତି।

୧୯୯୦ରେ ପ୍ରତିଷ୍ଠିତ ଏନ୍‌ଡିଟିଏଲ୍‌ ଓ୍ୱାଡା ଦ୍ୱାରା ସ୍ୱୀକୃତିପ୍ରାପ୍ତ ବିଶ୍ୱର ୨୯ ଲାବୋରେଟୋରୀ ମଧ୍ୟରୁ ଅନ୍ୟତମ। ଏସିଆ ମହାଦେଶରେ ଭାରତ ବ୍ୟତୀତ ଏଭଳି ୫ଟି ଲାବୋରେଟୋରୀ ଚାଇନା, ଜାପାନ, ଦକ୍ଷିଣ କୋରିଆ, କାଟାର ଓ ଥାଇଲାଣ୍ଡରେ ରହିଛି। ଭାରତରେ ସଂଗ୍ରହ କରାଯାଉଥିବା ନମୁନାର ଟେଷ୍ଟିଂ କରିବା ସହ ଏନ୍‌ଡିଟିଏଲ୍‌ ପାକିସ୍ତାନ ଓ ଶ୍ରୀଲଙ୍କା ଭଳି ଦକ୍ଷିଣ ଏସିଆ ଦେଶମାନଙ୍କର ଟେଷ୍ଟିଂ କରିଥାଏ। କାରଣ ସେହି ଦେଶରେ ଓ୍ୱାଡା ସ୍ୱୀକୃତିପ୍ରାପ୍ତ ଲାବୋରେଟୋରୀ ନାହିଁ।

ଏନ୍‌ଡିଟିଏଲ୍‌ ଓ୍ୱାଡା ସ୍ୱୀକୃତିପ୍ରାପ୍ତ ଏବଂ ଲ୍ୟାବର ପ୍ରଦର୍ଶନକୁ ମୂଲ୍ୟାଙ୍କନ କରାଯିବା ଏକ ରୁଟିନ ପ୍ରକ୍ରିୟା। ସ୍ୱୀକୃତିପ୍ରାପ୍ତ ଅଧିକାରୀମାନେ ଯାଞ୍ଚ କରିବେ ବୋଲି ସୂତ୍ରରୁ କୁହାଯାଇଛି। ତେବେ ଓ୍ୱାଡା ଅଧିକାରୀଙ୍କ ପକ୍ଷରୁ ୨୦୧୯ରେ କରାଯାଇଥିବା ଏକ ପରିଦର୍ଶନ ପରେ ଏନ୍‌ଡିଟିଏଲ୍‌କୁ ୨ ବର୍ଷ ଲାଗି ଅର୍ଥାତ ୨୦୨୧ ପର୍ଯ୍ୟନ୍ତ ବାସନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri