ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ, ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାକକ୍ଷରେ ପଞ୍ଜିକା ସମୀକରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିବା ବେଳେ ୫ଟି ପାଞ୍ଜି ପ୍ରକାଶନ କରୁଥିବା ସଂସ୍ଥାର ପ୍ରକାଶକ ଓ ପଞ୍ଜିକାରମାନେ ଯୋଗଦେଇଥିଲେ।

୨୦୨୬-୨୭ ବର୍ଷ ପାଇଁ ୫ଟି ପଞ୍ଜିକାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ଅନୁମୋଦନ ଦେଇଛି। ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ସମସ୍ତ ପର୍ବପର୍ବାଣି ଓ ଯାନିଯାତ୍ରା ସମ୍ବନ୍ଧରେ ତ୍ରୁଟିଶୂନ୍ୟ ତଥ୍ୟ ଦେବା ନେଇ ଏହି ବୈଠକରେ ଗୁରୁତ୍ୱାରୋପ କରାଯାଇଛି।

ବୈଠକରେ ଭାଗନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୮ଟି ପଞ୍ଜିକା ସଂସ୍ଥାକୁ ନିମନ୍ତ୍ରଣ କରାଯାଇଥିଲା। ମାତ୍ର ୫ଟି ପଞ୍ଜିକା ପ୍ରକାଶନ ସଂସ୍ଥା ପକ୍ଷରୁ ପାଣ୍ଡୁଲିପି ଦାଖଲ କରାଯାଇଥିଲା। ତେଣୁ ଆଗାମୀ ଦିନରେ ଏହି ପଞ୍ଜିକା କିଭଳି ବୃଦ୍ଧି ପାଇବ ଓ ନିର୍ଭୁଲ୍‌ ହେବ ତା’ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ଛତିଶା ନିଯୋଗ ମହାନାୟକ କହିଛନ୍ତି।

ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ସଭା, ଗଜପତି ଓ ଶଙ୍କରାଚାର୍ଯ୍ୟଙ୍କ ଦ୍ୱାରା ସ୍ବୀକୃତ ଏହି ୫ଟି ପାଞ୍ଜି ଗୋଟିଏ ପ୍ରକାର ପ୍ରସ୍ତୁତ ହୋଇଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ୱାରା ସଂଶୋଧନ ପରେ ଏହି ୫ଟି ପାଞ୍ଜି ନିର୍ଭୁଲ୍‌ ଓ ତ୍ରୁଟିଶୂନ୍ୟ ହୋଇପାରିଛି।

ବିଶେଷକରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ପର୍ବପର୍ବାଣିକୁ ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ କରାଯାଇଛି। ରାଜ୍ୟରେ ପ୍ରକାଶ ପାଉଥିବା ସମସ୍ତ ପାଞ୍ଜି କିଭଳି ନିର୍ଭୁଲ୍‌ ହେବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଉଛି। ପୂର୍ବରୁ ତ୍ରୁଟିଯୁକ୍ତ ପାଞ୍ଜି ଛାପୁଥିବା ପ୍ରକାଶକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ।

ନିର୍ଭୁଲ୍‌ ପଞ୍ଜିକା ପାଇଁ ଶ୍ରୀମନ୍ଦିର ପ୍ରଶାସନ ବାରମ୍ବାର ବୈଠକ କରି ପଞ୍ଜିକା ସମନ୍ବୟ ସମୀକରଣ କଲେ ସୁଦ୍ଧା ଅନେକ ପଞ୍ଜିକା ପ୍ରକାଶନ ସଂସ୍ଥା ଆସୁନାହାନ୍ତି। ଫଳରେ ଅନେକ ସମୟରେ ତ୍ରୁଟି ଦେଖାଯାଉଛି। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ତେଣୁ ଉକ୍ତ ସମୀକ୍ଷା ବୈଠକରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଞ୍ଜିକା ତ୍ରୁଟି ସୁଧାରିବା ଏବଂ ପର୍ବପର୍ବାଣି ବିଭ୍ରାଟ ରୋକିବା ପାଇଁ ଆଲୋଚନା ହୋଇଛି।

ବିଭିନ୍ନ ପାଞ୍ଜି ମଧ୍ୟରେ ସମନ୍ବୟ ରକ୍ଷା କରିବାକୁ ଗୁରୁତ୍ୱ ଦିଆଯାଇଛି। ୨୦୨୫ରେ ପୟାଶ୍ରାଦ୍ଧ, ସରସ୍ବତୀ ପୂଜା, କାଳୀପୂଜା, ଶିବରାତ୍ରି, ଜନ୍ମାଷ୍ଟମୀ ଇତ୍ୟାଦି ବିଭିନ୍ନ ପର୍ବପର୍ବାଣିକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହିଥିବାବେଳେ ଚଳିତ ୨୦୨୬-୨୭ ବର୍ଷର ତ୍ରୁଟିଶୂନ୍ୟ ତାରିଖ ଓ ତିଥିବାରକୁ ନେଇ ବୈଠକରେ ବିଶେଷ ଭାବେ ଆଲୋଚନା ହୋଇଥିଲା।

ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ସଭା, ବିଭିନ୍ନ ସେବାୟତ ନିଯୋଗର ମତାମତ ଓ ଶ୍ରୀମନ୍ଦିର ପରମ୍ପରାକୁ ନିଆଯାଇ ଯେଉଁ ଗଣନା କରାଯାଇଛି, ତାହା ଚଳିତ ବର୍ଷ ବିଭିନ୍ନ ପଞ୍ଜିକାରେ ଉଲ୍ଲେଖ କରାଯିବ ବୋଲି ବୈଠକରେ ନିଷ୍ପତ୍ତିି ହୋଇଛି। ଅନେକ ପ୍ରକାଶକ ବ୍ୟବସାୟିକ ମନୋବୃତ୍ତି ରଖି ଆଗୁଆ ପାଞ୍ଜି ଛାପୁଥବା ଅଭିଯୋଗ ହୋଇଛି। ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ମୁକ୍ତିମଣ୍ଡପ ପଣ୍ଡିତ ସଭାର କର୍ମକର୍ତ୍ତା, ପୂଜାପଣ୍ଡା ନିଯୋଗ ସହ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି, ଶ୍ରୀମନ୍ଦିର ଜ୍ୟୋତିଷ ଏବଂ ବିଭିନ୍ନ ପାଞ୍ଜି ପ୍ରକାଶନୀ ସଂସ୍ଥାର ପ୍ରକାଶକ, ପଞ୍ଜିକାର ଓ ଗଣନାକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri