Posted inଜାତୀୟ

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ମୋଦି ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନଡ଼ିଆ ପାଇଁ ସରକାର ଏମ୍‌ଏସ୍‌ପି ସ୍ଥିର କରିଛନ୍ତି। ଏହା ବ୍ୟତୀତ ବିହାରର ଦିଘା ଏବଂ ସୋନପୁର ମଧ୍ୟରେ ଗଙ୍ଗା ଦେଇ ୬ ଲେନ୍‌ ବ୍ରିଜ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ୨୦୨୪ ବର୍ଷ ପାଇଁ ଏମ୍‌ଏସ୍‌ପି ସ୍ଥିର କରାଯାଇଛି। ଚାଷୀଙ୍କ ଆର୍ଥିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହା କରାଯାଇଛି। ସାରା ବିଶ୍ୱରେ ନଡ଼ିଆ ଦର ହ୍ରାସ ପାଇଛି। ୨୦୨୩ ସୁଦ୍ଧା ମିଲିଂ କୋପ୍‌ରାର ସ୍ଥିର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୩୦୦ ଟଙ୍କା ଏବଂ ହେୟାର କପ୍ରା ପ୍ରତି କ୍ୱିଣ୍ଟାଲ ୨୫୦ ଟଙ୍କା ବୃଦ୍ଧି କରାଯାଇଛି।
ଅନୁରାଗ ଠାକୁର କହିଛନ୍ତି, ବିହାରର ଦିଘା ଏବଂ ସୋନପୁର ଜିଲା ମଧ୍ୟରେ ଗଙ୍ଗା ନଦୀରେ ୬ ଲେନ୍‌ ବିଶିଷ୍ଟ କେବୁଲ ବ୍ରିଜ ନିର୍ମାାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ୪୨ ମାସ ମଧ୍ୟରେ ଶେଷ ହେବ। ଏହି ବ୍ରିଜ୍‌ ତଳେ ବଡ଼ ଜାହାଜ ମଧ୍ୟ ସହଜରେ ଯାଇପାରିବ।
ଅନୁରାଗ ଠାକୁର କହିଛନ୍ତି, ତ୍ରିପୁରା ଏବଂ ଆସାମକୁ ନେଇ ବହୁତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସଡ଼କ ଏବଂ ପରିବହନ ମନ୍ତ୍ରଣାଳୟ ସହ ଜଡିତ ନିଷ୍ପତ୍ତି ନିଆଯାଇଛି, ଯାହା ତ୍ରିପୁରା ଏବଂ ଆସାମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଖୋୱାଇରୁ ହରିନା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟକୁ ଅନୁମୋଦନ କରାଯାଇଛି। ୨୪୮୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହି କାର୍ଯ୍ୟ ୨୫ ମାସ ମଧ୍ୟରେ ଶେଷ ହେବ।
ସେ କହିଛନ୍ତି ଯେ, ଏହି ପ୍ରକଳ୍ପ ଶେଷ ହେବା ପରେ ଆସାମ ଏବଂ ତ୍ରିପୁରା ମଧ୍ୟରେ ପରିବହନ ସହଜ ହେବ। ଉତ୍ତର ତ୍ରିପୁରାକୁ ଦକ୍ଷିଣ ତ୍ରିପୁରା ସହିତ ସଂଯୋଗ କରିବାର ଏହା ଏକ ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri