Posted inଜାତୀୟ

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧: ମୋଦି କ୍ୟାବିନେଟ ଅଳ୍ପ ପରିମାଣର ଡିଜିଟାଲ କାରବାର ପାଇଁ ୨୬୦୦ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଅନୁମୋଦନ କରିଛି। ଭିମ୍‌ ୟୁପିଆଇରୁ କାରବାର ଉପରେ ପ୍ରୋତ୍ସାହନ ଉପଲବ୍ଧ ହେବ। ଏହା ସହିତ ତିନୋଟି ମଲ୍ଟି ଲେବଲ କୋଅପରେଟିଭ୍‌ ସୋସାଇଟି କରିବାକୁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି।
ଏହା ସହିତ ପ୍ରଧାନମନ୍ତ୍ରୀ ମାଗଣା ଖାଦ୍ୟ ଯୋଜନାର ନାମ ପରିବର୍ତ୍ତନ କରିବାକୁ ମୋଦି କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନଠାରୁ ଏହି କାର୍ଯ୍ୟକ୍ରମର ନାମ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ହେବ। ପୂର୍ବ କ୍ୟାବିନେଟ ବୈଠକରେ ମାଗଣା ଖାଦ୍ୟ ଯୋଜନା ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଥିଲା।
ଏହି ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ କହିଛନ୍ତି, ମଲ୍ଟି ଲେବଲ କୋଅପରେଟିଭ୍‌ ସୋସାଇଟି ଅଧିନିୟମ ୨୦୦୨ ଅଧୀନରେ ଏକ ଜାତୀୟ ସ୍ତରର ମଲ୍ଟି ଷ୍ଟେଟ କୋଅପରେଟିଭ ଏକ୍ସପୋର୍ଟ ସୋସାଇଟି ପ୍ରତିଷ୍ଠା ପାଇଁ ମୋଦି କ୍ୟାବିନେଟ ଅନୁମୋଦନ କରିଛି। ସମବାୟ ସମିତିର ଅନ୍ତର୍ଭୂକ୍ତ ବିକାଶ ମଡେଲ ମାଧ୍ୟମରେ ସହଯୋଗୀ ସମୃଦ୍ଧିର ଲକ୍ଷ୍ୟ ହାସଲ କରିବାରେ ଏହା ସହାୟକ ହେବ।
ଖାଦ୍ୟ ଯୋଜନାର ଅବଧି ୩୧ ଡିସେମ୍ବରରେ ଶେଷ ହେଉଥିଲା।ଗରିବ ଲୋକଙ୍କୁ ମାଗଣା ଖାଦ୍ୟ ଶସ୍ୟ ବଣ୍ଟନ ଏପ୍ରିଲ ୨୦୨୦ରେ କରୋନା ମହାମାରୀ ସମୟରେ ଆରମ୍ଭ ହୋଇଥିଲା। ଗତ କ୍ୟାବିନେଟ ବୈଠକରେ ସମାନ ବର୍ଷକୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri