Posted inଜାତୀୟ

ସାର୍ବଜନୀକ ହେବ ଜ୍ଞାନବାପି ମସ୍‌ଜିଦ୍‌ ଉପରେ ASI ସର୍ଭେ ରିପୋର୍ଟ

ବାରାଣସୀ, ୨୪।୧: ଜ୍ଞାନବାପି ମସ୍‌ଜିଦ୍‌ ଉପରେ ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସ୍‌ଆଇ)ର ସର୍ଭେ ରିପୋର୍ଟ ସମସ୍ତ ପକ୍ଷକୁ ଦିଆଯିବ। ଏନେଇ ଫାଷ୍ଟ ଟ୍ରାକ୍‌ କୋର୍ଟ ନିଷ୍ପତ୍ତି ନେଇଛନ୍ତି। ତେବେ ବର୍ତ୍ତମାନ ଏହି ନକଲ ସାର୍ବଜନୀନ ହେବ ନାହିଁ। ସନ୍ଧ୍ୟାରେ କୋର୍ଟ ଆଦେଶ ଦେବା ପରେ ପକ୍ଷମାନଙ୍କୁ କୋର୍ଟରେ ଆବେଦନ କରିବାକୁ ପଡ଼ିବ। ଏହାପରେ ସେମାନଙ୍କୁ ସର୍ଭେ ରିପୋର୍ଟର ଏକ ଫଟୋକପି ଦିଆଯିବ।

ନିକଟରେ ବାରାଣସୀର କାଶୀ ବିଶ୍ୱନାଥ ମନ୍ଦିର ନିକଟରେ ଅବସ୍ଥିତ ଜ୍ଞାନବାପି ମସ୍‌ଜିଦରେ ଏଏସ୍‌ଆଇର ସର୍ଭେ କରାଯାଇଥିଲା। ଏହାପରେ ଏହି ରିପୋର୍ଟକୁ ସାର୍ବଜନୀନ କରିବାକୁ ଦାବି କରାଯାଇଥିଲା। ଏ ସମ୍ପର୍କରେ ବାରାଣସୀ କୋର୍ଟରେ ଶୁଣାଣି ହୋଇଥିଲା, ଯେଉଁଥିରେ ରିପୋର୍ଟ ସମସ୍ତ ପକ୍ଷକୁ ଦିଆଯିବ ବୋଲି କୋର୍ଟ କହିଛନ୍ତି।

ଏଏସ୍‌ଆଇ ଦିନକ ପୂର୍ବରୁ ଫାଷ୍ଟ ଟ୍ରାକ କୋର୍ଟରେ ରିପୋର୍ଟ ଦାଖଲ କରିଥିଲା। ଏହି ରିପୋର୍ଟ ସିଭିଲ ଜଜ ସିନିୟର ଡିଭିଜନ ଫାଷ୍ଟ ଟ୍ରାକ କୋର୍ଟରେ ଦାଖଲ କରାଯାଇଥିଲା। ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏହି ସର୍ଭେ ରିପୋର୍ଟ ଦାଖଲ କରାଯାଇଥିଲା। ଏବେକୋର୍ଟଙ୍କ ନିର୍ଦ୍ଦେଶ ପରେ ଏହା ସ୍ପଷ୍ଟ ହୋଇଛି ଯେ ରିପୋର୍ଟ ସମସ୍ତ ପକ୍ଷଙ୍କୁ ଦିଆଯିବ। ତେବେ ଏହି ସର୍ଭେ ରିପୋର୍ଟକୁ ସାର୍ବଜନୀନ କରିବା ପ୍ରକ୍ରିୟା ଏକ ସପ୍ତାହରୁ ଅଧିକ ସମୟ ନେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri