ବଟେଶ୍ୱର ବାଲିଯାତ୍ରା ପ୍ରସ୍ତୁତି ବୈଠକରେ ହେଲା ବଡ଼ ନିଷ୍ପତ୍ତି: ଯାତ୍ରୀଙ୍କ ସୁବିଧା ପାଇଁ ପ୍ରଥମ ଥର ହେବ…

ଗଞ୍ଜାମ ,୧୦।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠ ଅବସ୍ଥିତ। ବର୍ତ୍ତମାନ ପବିତ୍ର ଧାର୍ମିକ କାର୍ତ୍ତିକ ମାସ ଆରମ୍ଭ ହୋଇ ଯାଇଥିବା ବେଳେ ଆସନ୍ତା ୫ରେ ସେଠାରେ ବାଲିଯାତ୍ରା ଅନୁଷ୍ଠିତ ହେବ। ସେଥିପାଇଁ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ବଟେଶ୍ୱର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଟେଶ୍ୱର ଐତିହ୍ୟ ସରଂକ୍ଷଣ କମିଟି ଉପସଭାପତି ଶବର କୁମାର ତରାଇ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ରଞ୍ଜିତ କୁମାର ପଲାଇ ସଂଯୋଜନା କରିଥିଲେ । ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ଛତ୍ରପୁର ଏସଡିପିଓ ଚନ୍ଦନ ଘଡ଼ାଇ, ରମ୍ଭା ଥାନା ଆଇଆଇସି କୁମାର ମୁଦୁଲି, ହୁମା ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣିଆ, କମିଟି ସଭାପତି ପିତାମ୍ବର ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ଛାୟାକାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବତନ ସରପଞ୍ଚ ତଥା ଉପଦେଷ୍ଟା ଦିଲ୍ଲୀପ କୁମାର ଛୋଟରାଏ ଯାତ୍ରା ସମୟରେ କ’ଣ କ’ଣ ସୁବିଧା ଅସୁବିଧା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ଥର ପାଇଁ ସିସିଟିଭି ନଜରରେ ରହିବ ବଟେଶ୍ୱର ଶୈବ ପୀଠ, ବାଲିଯାତ୍ରା ପଡିଆ ଓ ସମୁଦ୍ର ବେଳାଭୂମ। ଏଥିସହ ପାର୍କିଂ ସ୍ଥଳରେ ମଧ୍ୟ ସିସିଟିଭି ଲଗାଯିବା ପାଇଁ ସ୍ଥିର ହୋଇଥିଲା । ଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ କମିଟି ଓ ପୋଲିସ ପ୍ରଶାସନର ମିଳିତ ଉଦ୍ୟମ ରହିବ ଏବଂକମିଟିର ୮୦ ଜଣ ସ୍ବେଚ୍ଛାସେବୀ ପୋଲିସକୁ ସହଯୋଗ କରିବେ ବୋଲି ମତ ପ୍ରକାଶ ପାଇଥିଲା। ଛଅ ଖଣ୍ଡ ଗ୍ରାମ ଦ୍ୱାରା ପରିଚାଳିତ ଏହି ଯାତ୍ରା ପ୍ରସ୍ତୁତି ବୈଠକରେ କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ,କୋଷାଧକ୍ଷ ନିରାକାର ଜେନା, ବୃନ୍ଦାବନ ପ୍ରଧାନ, ଶିବରାମ ପଲାଇ, ଦୁର୍ଯ୍ୟୋଧନ ରେଡି, ତ୍ରିନାଥ ରେଡି ଯୁଧିଷ୍ଠିର ରେଡି, ମୁସଲେୟl, ସାଇରାମଙ୍କ ସମେତ ଅନ୍ୟାନ୍ୟ କମିଟି ସଦସ୍ୟ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri