ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବାର ପ୍ରଥମ ଦିନରେ ନେବେ ବଡ଼ ନିଷ୍ପତ୍ତି: ହୋଇଗଲା ଖୁଲାସା

ଓ୍ବାଶିଂଟନ୍‌,୬।୧୧: ୪ ବର୍ଷ ପରେ ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସକୁ ଫେରିବାକୁ ଯାଉଛନ୍ତି। ସେ ୨୦୨୪ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ସରକାରୀ ଘୋଷଣାକୁ ଅପେକ୍ଷା କରାଯାଇଛି କିନ୍ତୁ ଟ୍ରମ୍ପ ଆମେରିକାର ଜନସାଧାରଣଙ୍କୁ ବିଜୟ ଦାବି କରି ସମ୍ବୋଧିତ କରିଛନ୍ତି। ଜାନୁଆରୀ ୨୦୨୫ରେ ସେ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଭୋଟରଙ୍କୁ ତାଙ୍କର ଶେଷ ସମ୍ବୋଧନରେ ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ତାଙ୍କର ପ୍ରଥମ ପଦକ୍ଷେପ କ’ଣ ହେବ ବୋଲି ସୂଚାଇ ଦେଇଛନ୍ତି।

ଟ୍ରମ୍ପ କହିଛନ୍ତି,ତାଙ୍କ ପ୍ରଶାସନରେ ପବ୍ଲିକ୍‌ ହେଲ୍‌ଥ ସହ ଜଡିତ ୨ ମାମଲାରେ ରବର୍ଟ ଏଫ କେନେଡି ଜୁନିୟର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ସ୍ବାଧୀନ ପ୍ରାର୍ଥୀ ଭାବରେ କେନେଡି ଜୁନିୟର ନିର୍ବାଚନ ଦୌଡ଼ର ଏକ ଅଂଶ ହୋଇଥିଲେ ମଧ୍ୟ ପରେ ତାଙ୍କ ନାମ ପ୍ରତ୍ୟାହାର କରି ଟ୍ରମ୍ପଙ୍କୁ ସମର୍ଥନ କରିଥିଲେ। କେନେଡି ଜୁନିୟର୍‌ କହିଛନ୍ତି, ଯଦି ଟ୍ରମ୍ପ ୨୦୨୪ ନିର୍ବାଚନରେ ଜିତନ୍ତି, ତେବେ ତାଙ୍କର ପ୍ରଥମ ପଦକ୍ଷେପ ପାନୀୟ ଜଳରୁ ଫ୍ଲୋରାଇଡ ହଟାଇବା ହେବ।
ଏନେଇ ଟ୍ରମ୍ପଙ୍କୁ ପଚାରିବାରୁ ସେ କହିଥିଲେ, ସେ ଏ ବିଷୟରେ କେନେଡି ଜୁନିୟରଙ୍କ ସହିତ କଥାବାର୍ତ୍ତା କରିନାହାଁନ୍ତି। କିନ୍ତୁ ଏହା କରିବା ପ୍ରସ୍ତାବ ମଧ୍ୟ ସେମାନଙ୍କ ପାଇଁ ଭଲ ମନେହୁଏ। କେନେଡି କିଛି ଟିକା ଉପରେ ପ୍ରତିବନ୍ଧକ ଲଗାଇବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏହା ଉପରେ ଟ୍ରମ୍ପ ତାଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ ସେ ଏ ବିଷୟରେ କେନେଡିଙ୍କ ସହ କଥା ହେବେ।
ଫ୍ଲୋରାଇଡ ପୃଥିବୀରେ ଏକ ପ୍ରାକୃତିକ ଭାବରେ ଘଟୁଥିବା ଖଣିଜ ଅଟେ। କେନେଡି ଫ୍ଲୋରାଇଡକୁ ଅନେକ ରୋଗ ସହିତ ଯୋଡିଛନ୍ତି। ତଥାପି, ଆମେରିକୀୟ ଡେଣ୍ଟାଲ ଆସୋସିଏସନ ସମେତ ଅନେକ ଡାକ୍ତରୀ ଗୋଷ୍ଠୀ ଫ୍ଲୋରାଇଟେଡ ଜଳକୁ ସମର୍ଥନ କରନ୍ତି। ସେମାନେ କହିଛନ୍ତି ଯେ, ଏହା ଦାନ୍ତ କ୍ଷୟକୁ ରୋକିଥାଏ। ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏବଂ ଆମେରିକାର ରୋଗ ନିୟନ୍ତ୍ରଣ (ସିଡିସି) ମଧ୍ୟ ଫ୍ଲୋରାଇଡ ସୁରକ୍ଷିତ ବୋଲି ବିଚାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?