Posted inଜାତୀୟ

ପିଏଫ୍‌ଆଇ ଟାର୍ଗେଟରେ ଥିଲା ପ୍ରଧାନମନ୍ତ୍ରୀଙ୍କ ପାଟନା ରାଲି: ସାମ୍ନାକୁ ଆସିଲା ଏନ୍‌ଆଇଏର ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୨୪।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫ୍‌ଆଇ) ସମ୍ପର୍କରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆଣିଛି। ଅଧିକାରୀମାନେ ଦାବି କରିଛନ୍ତି ଯେ, ଚଳିତ ବର୍ଷ ଜୁଲାଇରେ ବିହାରର ରାଜଧାନୀ ପାଟନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆକ୍ରମଣ କରିବା ପାଇଁ ପିଏଫ୍‌ଆଇ ଏକ ବଡ଼ ଧରଣର ଯୋଜନା ପ୍ରସ୍ତୁତ କରିଥିଲେ। ଏଥିପାଇଁ ସଂଗଠନ ପାଟନାରେ ଏକ ପ୍ରଶିକ୍ଷଣ ଶିବିର ମଧ୍ୟ ଆୟୋଜନ କରିଥିଲା। ଏଥିରେ ଅନେକ ସଦସ୍ୟଙ୍କୁ ତାଲିମ ଦେବା କାର୍ଯ୍ୟ ମଧ୍ୟ କରିଥିଲା। କେବଳ ଏତିକି ନୁହେଁ, ଆର୍ଥିକ ସହାୟତା ପାଇଁ ଏeନକ ବିଦେଶୀ ମଧ୍ୟ ଯୋଗାଯୋଗରେ ଥିଲେ। ମୋଦିଙ୍କ ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେବଳ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଆକ୍ରମଣ ନୁହେଁ ବରଂ ପିଏଫ୍‌ଆଇ ଅନ୍ୟ ଆକ୍ରମଣ ପାଇଁ ମଧ୍ୟ ଆତଙ୍କବାଦୀ ମଡ୍ୟୁଲ ପ୍ରସ୍ତୁତ କରୁଥିଲା। ଶନିବାର ଏନ୍‌ଆଇଏ ପକ୍ଷରୁ କେରଳରୁ ଗିରଫ ହୋଇଥିବା ପିଏଫ୍‌ଆଇର ସଦସ୍ୟ ଶଫିଫ୍‌ ପୈଠଙ୍କୁ ପଚାରାଉଚରା କରିବା ସମୟରେ ଏହି ତଥ୍ୟ ସାମ୍ନାକୁ ଆସିଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ଏନ୍‌ଆଇଏ ଓ ଇଡି ୧୫ଟି ରାଜ୍ୟର ୯୬ସ୍ଥାନରେ ୧୦୬ଜଣ ପିଏଫ୍‌ଆଇ ସଦସ୍ୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri