ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରୁ ସିଧାପ୍ରସାରଣ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଂ ଏବଂ ପଞ୍ଚାୟତିରାଜ ସଚିବ ଶ୍ରୀ ଗିରିଶ ଏସ୍‌.ଏନ୍‌. ପ୍ରମୁଖ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପଞ୍ଚାୟତିରାଜ – ସମୀକ୍ଷା ପୋର୍ଟାଲର ଶୁଭ ଉଦ୍‌ଘାଟନ (ଯାହାକି ଏଲଇଡି ସ୍କ୍ରିନରେ ପ୍ରଦର୍ଶିତ ହୋଇଥିଲା) ପରି ଏକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମୟରେ ଉପସ୍ଥିତି ଏତେ କମ୍‌ ରହିବା ଘଟଣା, ସ୍ଥାନୀୟ ପ୍ରଶାସନର କାର୍ଯ୍ୟକ୍ରମ ସଂଯୋଜନାରେ ଥିବା କିଛି ତ୍ରୁଟିକୁ ଶାଣିତ ଭାବେ ଦର୍ଶାଉଛି। କେବଳ କିଛି ପ୍ରଶାସନିକ ଅଧିକାରୀ ଓ ସୀମିତ ହିତାଧିକାରୀ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ଥିଲେ। ଏତେ ସହାୟତା ବଣ୍ଟନ ପରେ ମଧ୍ୟ ଜନସାଧାରଣ କାହିଁକି ଅଭିଭାଷଣ ଶୁଣିବା ପାଇଁ ରାଜି ହେଲେ ନାହିଁ, ତାହା ଚିନ୍ତାର ବିଷୟ।

ବ୍ଲକ ସ୍ତରୀୟ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ୨ଟି ଗ୍ରାମ ପଞ୍ଚାୟତକୁ ଶ୍ରେଷ୍ଠ ପଞ୍ଚାୟତ ଭାବେ ପୁରସ୍କୃତ କରାଯାଇଥିଲା। ଗ୍ରାମୀଣ ଆବାସ (ଅନ୍ତ୍ୟୋଦୟ ଗୃହ ଯୋଜନା) କ୍ଷେତ୍ରରେ ସଫଳ ରୂପାୟନ ପାଇଁ **’କିଆପଦର’** ଗ୍ରାମ ପଞ୍ଚାୟତ ଏବଂ ମନରେଗା ଯୋଜନାର ସୁପରିଚାଳନା ପାଇଁ  ଗୁଣୁପୁର’ଗ୍ରାମ ପଞ୍ଚାୟତକୁ ସ୍ମୃତି ଚିହ୍ନ ଏବଂ ପ୍ରମାଣ ପତ୍ର ଦେଇ ସମ୍ମାନିତ କରାଯାଇଥିଲା।

ବିଶାଳ ଜନସମାଗମ ମଝିରେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ରେ ୨୫୦ ଜଣ ନୂତନ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯିବା ସହ ସେମାନଙ୍କ ବ୍ୟାଙ୍କ ଖାତାକୁ ପ୍ରଥମ କିସ୍ତି ବାବଦରେ ୪୦,୦0୦ ଟଙ୍କା ପଠାଯାଇଛି। ଏଥିସହ, ୩ ମାସ ମଧ୍ୟରେ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିଥିବା ୬ ଜଣ ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି, ୫ ଜଣଙ୍କୁ ନୂତନ ରାସନ କାର୍ଡ ଓ ୫ ଜଣଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଥିଲା।

ରାଜ୍ୟର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ପଞ୍ଚାୟତିରାଜ ସଚିବ ପରି ହେଭିୱେଟ୍‌ମାନଙ୍କ ଉପସ୍ଥିତି ଏବଂ ବହୁବିଧ ସରକାରୀ ଯୋଜନାର ଶୁଭାରମ୍ଭ ସତ୍ତ୍ୱେ, ସଭାସ୍ଥଳର ବାସ୍ତବ ଚିତ୍ର କିନ୍ତୁ ଭିନ୍ନ ଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ବହୁ ସଂଖ୍ୟାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ମିଶନ ଶକ୍ତି ମହିଳା, ଆଙ୍ଗନୱାଡି କର୍ମୀ, CRP, MBK ଏବଂ ରାସନ କାର୍ଡ ଓ ଭତ୍ତା ହିତାଧିକାରୀ ଯୋଗ ଦେଇଥିଲେ ହେଁ, କାର୍ଯ୍ୟକ୍ରମର ମଧ୍ୟଭାଗରୁ ଲୋକେ ଧୀରେ ଧୀରେ ଉଠି ପଳାଇଥିଲେ। ସବୁଠାରୁ ଆଶ୍ଚର୍ଯ୍ୟଜନକ ବିଷୟ ହେଲା, ଯେତେବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣ ରଖୁଥିଲେ, ସେତେବେଳେ ସଭାସ୍ଥଳର ଅଧିକାଂଶ ଚେୟାର ଖାଲି ପଡ଼ିଥିଲା। ପ୍ରାୟ ୯୦ ପ୍ରତିଶତ ଲୋକ ଅଧାରୁ ସଭା ଛାଡି ଚାଲିଯିବା ଘଟଣା, ସ୍ଥାନୀୟ ବ୍ଲକ ପ୍ରଶାସନର କାର୍ଯ୍ୟକ୍ରମ ଆୟୋଜନ ଶୈଳୀ ଓ ସଂଯୋଜନା ଉପରେ ଏକ ବଡ଼ ପ୍ରଶ୍ନଚିହ୍ନ ଲଗାଇଛି। କାର୍ଯ୍ୟକ୍ରମରେ ଏମପି ପ୍ରତିନିଧି ପବିତ୍ର ନାଏକ, ବିଡ଼ିଓ ଧ୍ରୁବ ଚରଣ ମୁଦୁଲି, ସିଡ଼ିପିଓ ମଧୁମାଳା ବାଗ, AEE ସାଲ୍ଖୁ ହେମ୍ବ୍ରମଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ। BPC ଆରଏଚ୍ ରାଜେନ୍ଦ୍ର ନାରାୟଣ ଦେବ ଓ GPDO ବାଲେଶ୍ୱର ନାଏକ ମଞ୍ଚ ପରିଚାଳନା କରିଥିଲେ। ଡବ୍ଲୁଇଓ ସୁଭାଜିତ ରଞ୍ଜନ ସ୍ୱାଇଁ, BSSO ସୁନାରାମ ସୋରେନ, MI ବିଭୁ ରଞ୍ଜନ ସାହୁ, JE ଜିତୁ ଦାସ ଏବଂ BLC ବିଳାସ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷ ବେଳକୁ କେବଳ କିଛି ପ୍ରଶାସନିକ ଅଧିକାରୀ ଓ ସୀମିତ ହିତାଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?