Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪ ଜଣ ଯବାନ ଶହୀଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏହି ବିସ୍ଫୋରଣ ଏକ ସୁରକ୍ଷା ବାହନୀ ନିକଟରେ ଘଟିଥିଲା, ଯେଉଁଠାରେ ବୋମା ନିଷ୍କ୍ରିୟକାରୀ ଦଳକୁ ଟାର୍ଗେଟ କରାଯାଇଥିଲା।

ହାନ୍ନା ଉରାକ ଥାନାର ଅଧିକାରୀ ନବୀଦ ଅଖତର କହିଛନ୍ତି ଯେ, ବିସ୍ଫୋରଣ ଯୋଗୁଁ ସୁବେଦାର ଶାହଜାଦ ଅମିନ, ନାଇବ ସୁବେଦାର ଅବ୍ବାସ, ସେପୋୟ ଖଲିଲ ଏବଂ ସେପୋୟ ଜାହିଦ ଶହୀଦ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଲାନ୍ସ ନାୟକ ଜାଫର, ଲାନ୍ସ ନାୟକ ଫାରୁକ ଏବଂ ସେପୋୟ ଖୁର୍ରମ ସଲିମ ଅଛନ୍ତି। ଆହତମାନଙ୍କୁ ତୁରନ୍ତ କମ୍ବାଇନ୍ଡ ମିଲିଟାରୀ ହସ୍ପିଟାଲ (ସିଏମଏଚ)ରେ ଭର୍ତ୍ତି କରାଯାଇଛି।

ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ଏହି ଆକ୍ରମଣକୁ ନିନ୍ଦା କରି ଏହାକୁ “ଦେଶରେ ଅସ୍ଥିରତା ସୃଷ୍ଟି କରିବା ପାଇଁ ଶତ୍ରୁଙ୍କ ନୀଚ ଷଡଯନ୍ତ୍ର” ବୋଲି ଅଭିହିତ କରିଛନ୍ତି। ସେ ଶହୀଦଙ୍କ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ମଧ୍ୟ ଏହି ଘଟଣାର ନିନ୍ଦା କରି ସନ୍ତ୍ରାସବାଦ ର୍ନିମୂଳ ପାଇଁ ଦୃଢ ପ୍ରତିଜ୍ଞା ବ୍ୟକ୍ତ କରିଛନ୍ତି।

ସୁରକ୍ଷା ବାହିନୀ ଅଞ୍ଚଳଟିକୁ ଅବରୋଧ କରି ସନ୍ଦିଗ୍ଧମାନଙ୍କୁ ଖୋଜିବା ପାଇଁ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଛି। ବାଲୁଚିସ୍ତାନ ଓ ଖୈବର ପାଖତୁନଖୱାରେ ସନ୍ତ୍ରାସବାଦୀ ଆକ୍ରମଣ ବୃଦ୍ଧି ପାଉଥିବାରୁ ସୁରକ୍ଷା ବାହିନୀ ମଧ୍ୟ ଆତଙ୍କବାଦ ବିରୋଧୀ ଅପରେସନକୁ ତୀବ୍ର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri