କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର ଛାତ୍ର ସଂଘ କଡ଼ା ବିରୋଧ କରିଛନ୍ତି। ଇତିମଧ୍ୟରେ ଏକ ଜାତୀୟ ଗଣମାଧ୍ୟମରେ ଘଟଣା ସମ୍ପର୍କରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ) ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବ ନେପାଳୀ ଛାତ୍ରୀ ତଥା ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌(୨୦)ଙ୍କୁ ନିର୍ଯାତନା ଦେଉଥିଲେ। ଏହାକୁ ସହି ନ ପାରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ପ୍ରକ୍ରିତି ଆତ୍ମହତ୍ୟା କରିଥିଲେ। ଆଦଭିକ୍‌ ସମ୍ପୃକ୍ତା ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ଭିଡିଓ କରି ତାଙ୍କୁ ବ୍ଲାକମେଲ କରୁଥିଲେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏହି ଘଟଣାକୁ ନେଇ ପ୍ରକ୍ରିତି ପୂର୍ବରୁ କିଟ୍‌ ଆଡ୍‌ମିନଷ୍ଟ୍ରେଟିଭଙ୍କୁ ଅଭିଯୋଗ କରିଥିଲେ। ସେ ବାରମ୍ବାର ଆଦଭିକ୍‌ଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ମଧ୍ୟ କିଟ୍‌ର କୌଣସି ଅଧିକାରୀ ତାଙ୍କ କଥା ଶୁଣି ନ ଥିଲେ, ବରଂ ତାଙ୍କୁ କଲେଜରୁ ବ୍ୟାନ କରିଦେଇଥିଲେ। ଫେବୃଆରୀ ୧୬ ତାରିଖ ତାଙ୍କ ବ୍ୟାନ୍‌ର ଶେଷ ତାରିଖ ଥିଲା। ଏହି ସମୟ ମଧ୍ୟରେ ଆଦଭିକ୍‌ ଫ୍ଲାଇଟ୍‌ ଟିକେଟ୍‌ ବୁକ୍‌ କରି ଫେରାର ହେବାର ପ୍ଲାନରେ ଥିଲେ। ଠିକ୍‌ ସେହିଦିନ କିଛି ଉପାୟ ନପାଇ ନେପାଳୀ ଛାତ୍ରୀଜଣକ ଜୀବନ ହାରି ଦେଇଥିଲେ।

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri