କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର ଛାତ୍ର ସଂଘ କଡ଼ା ବିରୋଧ କରିଛନ୍ତି। ଇତିମଧ୍ୟରେ ଏକ ଜାତୀୟ ଗଣମାଧ୍ୟମରେ ଘଟଣା ସମ୍ପର୍କରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ) ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବ ନେପାଳୀ ଛାତ୍ରୀ ତଥା ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌(୨୦)ଙ୍କୁ ନିର୍ଯାତନା ଦେଉଥିଲେ। ଏହାକୁ ସହି ନ ପାରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ପ୍ରକ୍ରିତି ଆତ୍ମହତ୍ୟା କରିଥିଲେ। ଆଦଭିକ୍‌ ସମ୍ପୃକ୍ତା ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ଭିଡିଓ କରି ତାଙ୍କୁ ବ୍ଲାକମେଲ କରୁଥିଲେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏହି ଘଟଣାକୁ ନେଇ ପ୍ରକ୍ରିତି ପୂର୍ବରୁ କିଟ୍‌ ଆଡ୍‌ମିନଷ୍ଟ୍ରେଟିଭଙ୍କୁ ଅଭିଯୋଗ କରିଥିଲେ। ସେ ବାରମ୍ବାର ଆଦଭିକ୍‌ଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ମଧ୍ୟ କିଟ୍‌ର କୌଣସି ଅଧିକାରୀ ତାଙ୍କ କଥା ଶୁଣି ନ ଥିଲେ, ବରଂ ତାଙ୍କୁ କଲେଜରୁ ବ୍ୟାନ କରିଦେଇଥିଲେ। ଫେବୃଆରୀ ୧୬ ତାରିଖ ତାଙ୍କ ବ୍ୟାନ୍‌ର ଶେଷ ତାରିଖ ଥିଲା। ଏହି ସମୟ ମଧ୍ୟରେ ଆଦଭିକ୍‌ ଫ୍ଲାଇଟ୍‌ ଟିକେଟ୍‌ ବୁକ୍‌ କରି ଫେରାର ହେବାର ପ୍ଲାନରେ ଥିଲେ। ଠିକ୍‌ ସେହିଦିନ କିଛି ଉପାୟ ନପାଇ ନେପାଳୀ ଛାତ୍ରୀଜଣକ ଜୀବନ ହାରି ଦେଇଥିଲେ।

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?