BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ନିୟୋଜିତ ସମସ୍ତ BLOଙ୍କୁ ଏହି ସମ୍ମାନ ଭତ୍ତା ପ୍ରଦାନ କରାଯିବ, ଯେଉଁଥିରେ ପ୍ରତ୍ୟେକ BLOଙ୍କୁ ବର୍ଷକୁ ୧୮ ହଜାର ଟଙ୍କା ଲେଖାଏ ଦିଆଯିବାର ବ୍ୟବସ୍ଥା ହୋଇଛି। ଏହି ସମ୍ବନ୍ଧରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସମସ୍ତ ଇଲେକ୍ଟୋରାଲ୍ ରେଜିଷ୍ଟ୍ରେଶନ ଅଫିସର (ERO)ଙ୍କୁ ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶ ଜାରି କରାଯାଇଛି।

ରାଜ୍ୟର ମୋଟ ୪୫,୨୫୦ ଜଣ BLOଙ୍କୁ ଏହି ପ୍ରୋତ୍ସାହନ ରାଶି ଯୋଗାଇଦେବା ପାଇଁ ସରକାରଙ୍କ ପକ୍ଷରୁ ମୋଟ ୮୧ କୋଟି ୪୫ ଲକ୍ଷ ଟଙ୍କାର ବଜେଟ୍ ଅନୁଦାନ ମଞ୍ଜୁର କରାଯାଇଛି। ତେବେ ଏହି ଆର୍ଥିକ ସହାୟତା BLOମାନଙ୍କ କାର୍ଯ୍ୟଦକ୍ଷତା ଓ ନିଷ୍ଠା ଉପରେ ନିର୍ଭର କରିବ। ଯଦି କୌଣସି BLOଙ୍କ ବିରୋଧରେ କୌଣସି ଅଭିଯୋଗ ଥାଏ କିମ୍ବା ଉପରୋକ୍ତ ଅଧିକାରୀଙ୍କ ପାଖରୁ ଅନୁକୂଳ ରିପୋର୍ଟ ନ ମିଳେ, ତେବେ ସେମାନଙ୍କୁ ଏହି ପ୍ରୋତ୍ସାହନ ରାଶିରୁ ବଞ୍ଚିତ ହେବାକୁ ପଡ଼ିବ। ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ନିର୍ବାଚନ ସମ୍ବନ୍ଧୀୟ କାର୍ଯ୍ୟ ଅଧିକ ସ୍ୱଚ୍ଛ ଓ ସୁଚାରୁରୂପେ ହୋଇପାରିବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?