ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୫ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଏବଂ ୧୭ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ସେହିପରି ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି।
ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି, ସହରାଞ୍ଚଳରେ କୃତ୍ରିମ ବନ୍ୟା ଏବଂ ରାସ୍ତାଘାଟରେ ଯାତାୟାତ ବ୍ୟାହତ ହେବାର ଆଶଙ୍କା ଥିବାରୁ ସମ୍ପୃକ୍ତ ଜିଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି। ସେହିପରି ବଜ୍ରପାତ ସମୟରେ ଅନାବଶ୍ୟକ ଭାବେ ବାହାରକୁ ନ ଯିବା, ବଡ଼ ଗଛ ତଳେ ଆଶ୍ରୟ ନ ନେବା ଏବଂ ପାଣିପାଗ ବିଭାଗର ପରାମର୍ଶ ପାଳନ କରିବାକୁ ଲୋକଙ୍କୁ ସତର୍କ କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ବୁଧବାର ସକାଳ ସୁଦ୍ଧା କଟକ ଜିଲା ଆଠଗଡ଼ରେ ସର୍ବାଧିକ ୨୦୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ସେହିପରି କେନ୍ଦୁଝର ଜିଲା ହାଟଡିହିରେ ୧୯୦.୨ ମି.ମି., ସୁନ୍ଦରଗଡ଼ ଗୁରୁଣ୍ଡିଆରେ ୧୬୫ ମି.ମି., ବାଲେଶ୍ୱର ଖଇରାରେ ୧୩୯ ମି.ମି., ବରଗଡ଼ ଭଟ୍‌ଲିରେ ୧୨୪.୮ ମି.ମି., ସୁବର୍ଣ୍ଣପୁର ତରଭାରେ ୧୨୪.୮ ମି.ମି., ଦେବଗଡରେ ୧୨୩ ମି.ମି., ଖଣ୍ଡପଡା ଓ ରାଜଗାଙ୍ଗପୁରରେ ୧୧୩.୬ ମି.ମି., ବାଲେଶ୍ୱର ଓଉପଦାରେ ୧୦୬ ମିମି ଓ ଦେବଗଡ଼ ବାରକୋଟରେ ସର୍ବନିମ୍ନ ୬୪.୬ ମିମି ବର୍ଷା ହୋଇଥିବା ସୂଚନା ଦିଆଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri