Posted inଜାତୀୟ

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ ଭାଜପା ନେତୃତ୍ୱଙ୍କୁ ଭେଟିଥିଲେ। କୋଇଲା ଖନନ ଏବଂ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଖାସି ଭାଷାକୁ ଅନ୍ତର୍ଭୁକ୍ତ କରିବା ଭଳି ପ୍ରସଙ୍ଗରେ ସେମାନେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କଠାରୁ ଆଶ୍ୱାସନା ପାଇଥିଲେ। ପୂର୍ବତନ ବିଧାୟକ ତଥା UDP ନେତା ଡକ୍ଟର ଜେମିନୋ ମାୱଥୋହ ସେପ୍ଟେମ୍ବର ୧୨ରେ ଭାଜପାରେ ଯୋଗ ଦେଇଥିଲେ।
ଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଏବଂ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ମେଘାଳୟର ଏହି ୮ ଜଣ UDP ବିଧାୟକ ଭାଜପାରେ ଯୋଗ ଦେଇଥିଲେ। କିରେନ ରିଜିଜୁ କହିଥିଲେ, ‘ମେଘାଳୟର ଏହି ୮ ଜଣ ଲୋକପ୍ରିୟ ବିଧାୟକ ଆଜି ଭାଜପା ପରିବାରରେ ସାମିଲ ହେଉଛନ୍ତି। ଏହା କେବଳ ଉତ୍ତର-ପୂର୍ବ ଭାରତ ପାଇଁ ନୁହେଁ, ବରଂ ସମଗ୍ର ଦେଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘଟଣାକ୍ରମ। ମୁଁ ମୋର ସମସ୍ତ ବନ୍ଧୁମେଘାଳୟ ବିଧାନସଭାର ଏହି ୮ ଜଣ ନିର୍ବାଚିତ ବିଧାୟକଙ୍କୁଭାଜପାପରିବାରକୁ ହୃଦୟର ସହ ସ୍ବାଗତ କରୁଛି। ସେମାନେ ପୂର୍ବରୁ ଏକ ପ୍ରମୁଖ ଆଞ୍ଚଳିକ ଦଳ UDP ସହିତ ଜଡ଼ିତ ଥିଲେ।’
କିରେନ ରିଜିଜୁ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ୧୨ ବର୍ଷ ମଧ୍ୟରେ ଉତ୍ତର-ପୂର୍ବାଞ୍ଚଳ ଓ ମେଘାଳୟରେ ହୋଇଥିବା ଅଗ୍ରଗତି ଓ ପରିବର୍ତ୍ତନ, ଏହି ଅଞ୍ଚଳର ଲୋକଙ୍କ ସହ ମୋଦିଜୀଙ୍କ ଆନ୍ତରିକ ସମ୍ପର୍କ ଏବଂ ଭାଜପା ଦ୍ୱାରା ସେଠାରେ ବିକାଶମୂଳକ ରାଜନୀତିର ନୂଆ ରୂପାୟନ ଦ୍ୱାରା ଏହି ଆଠଜଣ ବିଧାୟକ ଗଭୀର ଭାବେ ପ୍ରଭାବିତ ହୋଇଛନ୍ତି; ସେମାନେ ମୋଦିଜୀ ଏବଂ ଆମର ଭାଜପା ନେତୃତ୍ୱାଧୀନ ସରକାରଙ୍କ କାର୍ଯ୍ୟ ଦ୍ୱାରା ବେଶ ଅନୁପ୍ରାଣିତ ହୋଇଛନ୍ତି।
ଉଲ୍ଲେଖନୀୟ ଯେ, ପୂର୍ବରୁ ୬୦ ସଦସ୍ୟ ବିଶିଷ୍ଟ ମେଘାଳୟ ବିଧାନସଭାରେ ଭାଜପାର ଦୁଇଟି ଆସନ ଥିଲା। ୟୁଡିପି (UDP)ର ଆଠଜଣ ବିଧାୟକ ଦଳରେ ଯୋଗଦେବା ଫଳରେ ଭାଜପାର ସଦସ୍ୟ ସଂଖ୍ୟା ବୃଦ୍ଧି ପାଇ ୧୦ରେ ପହଞ୍ଚିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?