ରାଧିକା ଚିମାଙ୍କୁ ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ

ଭୁବନେଶ୍ୱର, ୧୪।୧୦: ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ସାମାଜିକ ସଂସ୍ଥା ଆଇକେଜେ କେୟାର ଫାଉଣ୍ଡେଶନର ଅଧ୍ୟକ୍ଷା (ଚେୟାରପର୍ସନ) ରାଧିକା ଚିମାଙ୍କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ପୁରସ୍କାର (ଆଓ୍ବାର୍ଡ) ପ୍ରଦାନ କରାଯାଇଛି। ବିଶେଷକରି ସାମଜସେବା ଓ ସାମାଜିକ କାର୍ଯ୍ୟର ଉଲ୍ଲେଖନୀୟ ଅବଦାନ ପାଇଁ ଚିମାଙ୍କୁ ବିଗ୍‌ ଏଫ୍‌ଏମ୍‌ ପକ୍ଷରୁ ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,ବିଗ୍‌ ଏଫ୍‌ଏମ୍‌ ପକ୍ଷରୁ ଚଣ୍ଡିଗଡର ଏକ ତାରକା ହୋଟେଲରେ ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ -୨୦୨୩ର ଆୟୋଜନ କରାଯାଇଥିଲା। ଉକ୍ତ ପୁରସ୍କାର ବିତରଣ ଉତ୍ସବରେ ହରିୟାଣାର ମନ୍ତ୍ରୀ ଚନ୍ଦ୍ର ରଞ୍ଜିତ ସିଂହ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚିମାଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଆଇକେଜେ କେୟାର ଫାଉଣ୍ଡେଶନ ଦୀର୍ଘ ବର୍ଷ ହେବ ସାରା ଦେଶରେ କାର୍ଯ୍ୟ କରୁଥିବାବେଳେ ପରିବେଶ ସୁରକ୍ଷା ଓ ନାରୀ ସଶକ୍ତୀକରଣ ଏବଂ ମହିଳା ଦକ୍ଷତା ବିକାଶ ଉପରେ ଚିମାଙ୍କ ଟିମ୍‌ ସଫଳତାପୂର୍ବକ କାର୍ଯ୍ୟ କରୁଛନ୍ତି। ସେହିଭଳି ଏହି ସମ୍ମାନ ପୂର୍ବରୁ ରାଧିକାଙ୍କୁ ଅନେକ ପୁରସ୍କାର ଓ ସମ୍ମାନ ସମେତ ବିଭିନ୍ନ ଅନୁଷ୍ଠାନର ବରିଷ୍ଠ ପଦାଧିକାରୀ ସହ ବ୍ରାଣ୍ଡ୍‌ ଆମ୍ବାସାଡାର ଭାବେ ଚିମା ବେଶ୍‌ ପରିଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri