ପୁରୀରେ ବଡ଼ ଅଘଟଣ: ଜଣାପଡିଲା ବଡ଼ କାରଣ

ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ ଏହି ବଡ଼ ଅଘଟଣର ଅସଲ କାରଣ ସାମ୍ନାକୁ ଆସିଛି। ପ୍ରତକ୍ଷଦର୍ଶୀଙ୍କ କହିବାନୁସାରେ ପୁରୀ ଶରଧାବାଲିରେ ଠେଲାପେଲାବେଳେ ପୋଲିସ ନ ଥିଲେ। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ନ ଥିଲା। ଏହି ସମୟରେ ଭକ୍ତଙ୍କ ଭିଡ଼ ଭିତରେ ୨ଟି ଟ୍ରକ ପଶିଥିଲା। ଟ୍ରକ ପଶିବା ଯୋଗୁ ଠେଲାପେଲା ହୋଇଥିଲା। ପ୍ରଶାସନିକ ଢ଼ିଲା ବ୍ୟବସ୍ଥାକୁ ଦାୟୀ କରୁଛନ୍ତି ଶ୍ରଦ୍ଧାଳୁ। ପ୍ରଶାସନିକ ଅଧିକାରୀ ନଥିବା ଅଭିଯୋଗ କରୁଛନ୍ତି । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମବେଳେ ପ୍ରଶାସନିକ ଅଧିକାରୀ ନ ଥିବା ଅଭିଯୋଗ। ଶ୍ରଦ୍ଧାଳୁ ବସିବା ପାଇଁ ଯେଉଁ ପଲିଥିନ ବ୍ୟବହାର କରିଥିଲେ କାଳ ହେଲା। ଝିପି ଝିପି ବର୍ଷା ହେବାରୁ ପଲିଥିନରେ ଗୋଡ଼ ଖସିଗଲା। ଜଣଙ୍କ ପରେ ଜଣେ କଚାଡ଼ି ହୋଇ ପଡ଼ିବାରୁ ଅଘଟଣ।

ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଭୋରରୁ ଏପରି ବଡ଼ ଅଘଟଣ ଘଟିଛି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଭକ୍ତଙ୍କ ଭିଡ଼ ଭିତରେ ଚାର କାଠ ବୋଝେଇ ଟ୍ରକ ପଶିଥିଲା। ଯାହାପରେ ଠେଲାପେଲାରେ ଏପରି ସ୍ଥିତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri