ପୁରୀରେ ବଡ଼ ଅଘଟଣ: ଜଣାପଡିଲା ବଡ଼ କାରଣ

ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ ଏହି ବଡ଼ ଅଘଟଣର ଅସଲ କାରଣ ସାମ୍ନାକୁ ଆସିଛି। ପ୍ରତକ୍ଷଦର୍ଶୀଙ୍କ କହିବାନୁସାରେ ପୁରୀ ଶରଧାବାଲିରେ ଠେଲାପେଲାବେଳେ ପୋଲିସ ନ ଥିଲେ। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ନ ଥିଲା। ଏହି ସମୟରେ ଭକ୍ତଙ୍କ ଭିଡ଼ ଭିତରେ ୨ଟି ଟ୍ରକ ପଶିଥିଲା। ଟ୍ରକ ପଶିବା ଯୋଗୁ ଠେଲାପେଲା ହୋଇଥିଲା। ପ୍ରଶାସନିକ ଢ଼ିଲା ବ୍ୟବସ୍ଥାକୁ ଦାୟୀ କରୁଛନ୍ତି ଶ୍ରଦ୍ଧାଳୁ। ପ୍ରଶାସନିକ ଅଧିକାରୀ ନଥିବା ଅଭିଯୋଗ କରୁଛନ୍ତି । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମବେଳେ ପ୍ରଶାସନିକ ଅଧିକାରୀ ନ ଥିବା ଅଭିଯୋଗ। ଶ୍ରଦ୍ଧାଳୁ ବସିବା ପାଇଁ ଯେଉଁ ପଲିଥିନ ବ୍ୟବହାର କରିଥିଲେ କାଳ ହେଲା। ଝିପି ଝିପି ବର୍ଷା ହେବାରୁ ପଲିଥିନରେ ଗୋଡ଼ ଖସିଗଲା। ଜଣଙ୍କ ପରେ ଜଣେ କଚାଡ଼ି ହୋଇ ପଡ଼ିବାରୁ ଅଘଟଣ।

ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଭୋରରୁ ଏପରି ବଡ଼ ଅଘଟଣ ଘଟିଛି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଭକ୍ତଙ୍କ ଭିଡ଼ ଭିତରେ ଚାର କାଠ ବୋଝେଇ ଟ୍ରକ ପଶିଥିଲା। ଯାହାପରେ ଠେଲାପେଲାରେ ଏପରି ସ୍ଥିତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri