ପୁରୀ,୨୩।୧: ସରସ୍ବତୀ ପୂଜା ଅବସରରେ ପୁରୀରେ ଏକ ବଡ ଅଘଟଣ ଘଟିଛି। ଜଗନ୍ନାଥ ବସ ଧକ୍କାରେ ବୃଦ୍ଧା ଆହତ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି । ଗୁରୁତର ଅବସ୍ଥାରେ ବୃଦ୍ଧାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ନବକଳେବର ରୋଡରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିବାବେଳେ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକ ବସକୁ ରୋକିଛନ୍ତି। ଯାହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଯାଇଛି। ଖବର ପାଇ ଘଟଣାସ୍ଥଳରେ କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ବସକୁ ଜବତ କରିଥିବା ସୂଚନା ମିଳିଛି । ତେବେ ଆହତ ବୃଦ୍ଧାଙ୍କ ପରିଚୟ ମଳିନାହିଁ ।
ସୂଚନାଯୋଗ୍ୟ, ସ୍ଥାନୀୟ ଅଞ୍ଚଳରେ ଭଡା ରହୁଥିଲେ। ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥାନାନ୍ତର
କ୍ଷତିପୂରଣ ଦାବିରେ ଲୋକଙ୍କ ରାସ୍ତାରୋକୋ ପୋଲିସର ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ଲୋକଙ୍କୁ ବୁଝାସୁଝା ଜାରି ଗାଡ଼ି ମଟର ଯାତାୟାତ ବାଧାପ୍ରାପ୍ତ ହୋଇଛି।