ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିଥିଲେ।
ଏହି ଅବସରରେ ବିଧାୟକ କହିଥିଲେ ଯେ, ସାମ୍ବାଦିକମାନେ ଜଣେ ଜଣେ ସମାଜସେବୀ। ସେମାନେ ଲୋକଙ୍କ ସମସ୍ୟାକୁ ଲୋକଲୋଚନକୁ ଆଣିବା ସହ ଏହାର ସମାଧାନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିଭାଇଥାନ୍ତି। ସାମ୍ବାଦିକତା ସହ ସମାଜସେବା କାର୍ଯ୍ୟ ପାଇଁ ଅନେକ ବ୍ୟକ୍ତି ଏହି ସଂଗଠନ ସହ ଯୋଡ଼ି ହୋଇଛନ୍ତି। ସଂଗଠନର ଲକ୍ଷ୍ୟ ଅନୁସାରେ କାର୍ଯ୍ୟ ହେଲେ ଅଞ୍ଚଳବାସୀ ଏହାର ସୁଫଳ ପାଇପାରିବେ ବୋଲି ସେ କହିଥିଲେ।
ଏଥିସହ ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଜଳସେଚନ ପାଇଁ ୫୫୦ କୋଟି ଟଙ୍କା ବ୍ୟୟ ହେବ ବୋଲି ବିଧାୟକ ସୂଚନା ଦେଇଥିଲେ। ଏହାର ଡିପିଆର୍‌ ପ୍ରସ୍ତୁତ ହୋଇସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଓ ଅନ୍ୟାନ୍ୟ ପ୍ରକ୍ରିୟା ଶେଷ ପରେ କାମ ଆରମ୍ଭ ହେବ ବୋଲି ସେ କହିଥିଲେ। ଭଞ୍ଜନଗର ଜଳଭଣ୍ଡାର ପ୍ରାୟ ୧୦୦ ବର୍ଷ ପୁରୁଣା ହୋଇଥିବାରୁ ଧୀରେ ଧୀରେ ମାଟି ପୋତି ହୋଇ ଏହାର ଜଳଧାରଣ କ୍ଷମତା ହ୍ରାସ ପାଉଛି। ଜଳଭଣ୍ଡାରରୁ ମାଟି ବାହାର କରିବା ପାଇଁ ୨୦୦ କୋଟି ଟଙ୍କା ବ୍ୟୟ ହେବ। ବାହାର କରାଯିବାକୁ ଥିବା ମାଟିକୁ ଆମେରିକାର ଏକ କମ୍ପାନୀ କିଣିନେବ ବୋଲି ବିଧାୟକ କହିଥିଲେ।
ଭଞ୍ଜନଗର ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟକୁ ଯୁକ୍ତ ୨କୁ ପରିଣତ କରିବା ପାଇଁ ସରକାର ପଦକ୍ଷେପ ନେଉଥିବା ସେ ସୂଚନା ଦେଇଥିଲେ। ପିଏମ୍‌ ଶ୍ରୀ ଉଚ୍ଚ ବିଦ୍ୟାଳୟଗୁଡ଼ିକର ଉନ୍ନତି ପାଇଁ ୬ କୋଟିରୁ ୧୨ କୋଟି ଟଙ୍କା ପର୍ଯ୍ୟନ୍ତ ଅନୁଦାନ ଦିଆଯାଉଛି। ଜଳସେଚନ ସୁବିଧା ପାଇଁ ୨୦୦୦ ଟି ବୋରୱେଲ ଖୋଳାଯିବା ସହ ହରିଗଡ଼ ଓ ଗେରେଡ଼ା ନିକଟରେ ଦୁଇଟି ଆନିକଟ ନିର୍ମାଣ କରାଯିବ। ଏଥିପାଇଁ ୩୫୦ କୋଟି ଟଙ୍କା ବ୍ୟୟ ହେବ ବୋଲି ବିଧାୟକ କହିଥିଲେ। କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୀଳମାଧବ ପାତ୍ର, ଭଞ୍ଜନଗର ପୌରପରିଷଦ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଆଇନଜୀବୀ ତଥା ଭାଜପାର ବରିଷ୍ଠ ନେତା ବିଷ୍ଣୁ ପ୍ରସାଦ ପ୍ରଧାନ, ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ନାୟକ, ବ୍ରହ୍ମାକୁମାରୀ ସନ୍ତୋଷିନୀ ଭଉଣୀ ଓ ଅବସରପ୍ରାପ୍ତ ସୈନିକ ସଂଘ ସଭାପତି ମହେନ୍ଦ୍ର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମ ପରିଚାଳନାରେ ଉପଦେଷ୍ଟା ଧୀରେନ କୁମାର ସ୍ୱାଇଁ, ସଭାପତି ପୁରୁଷୋତ୍ତମ ମହାପାତ୍ର, ସମ୍ପାଦକ ଉଦୟନାଥ ପଣ୍ଡା, କାର୍ଯ୍ୟକାରୀ ସଭାପତି ଦଣ୍ଡପାଣି ପ୍ରଧାନ, ଉପସଭାପତି କେ. ହରି ସିଂହ, ଉପଦେଷ୍ଟା ସଞ୍ଜୀବ କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନିନୀ ସ୍ୱାଇଁ ଓ କୋଷାଧ୍ୟକ୍ଷ ଡ. ତ୍ରିଲୋଚନ ଜେନା ପ୍ରମୁଖ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?