ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…

ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ। ଏବେ ବାତ୍ୟାର ସୂଚନା ନ ଥିବା ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ତେବେ ଲୋକେ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି।

ସୂଚନା ଥାଉକି, ମଙ୍ଗଳବାର ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଯାଜପୁର, ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri