ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ! ଲିଷ୍ଟରେ ଅଛି କି ଆପଣଙ୍କ ନାଁ…

ଭୁବନେଶ୍ୱର,୨୭।୧୧:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍‌ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ କଟାଯାଇଥିବା ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ରାସନ କାର୍ଡରୁ ବାଦ ପଡ଼ିଲେ ୧ ଲକ୍ଷ ୭୭ ହଜାର ହିତାଧୀକାରୀ। ବର୍ତ୍ତମାନ E-KYC ପ୍ରକ୍ରିୟା ଜାରି ରହିଥିବାଳ ବେଳେ ଧରାପଡିଯାଇଛନ୍ତି ଅଯୋଗ୍ୟ ହିତାଧିକାରୀ।

ବିଧାନସଭାରେ ଶୀତକାଳୀନ ଅଧିବେଶନ ଜାରି ରହିଥିବା ବେଳେ ରାସନ କାର୍ଡ ପ୍ରସଙ୍ଗ ଉଠିଥିଲା । ଯାହାର ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାସନକାର୍ଡ ହିତାଧିକାରୀଙ୍କ ଚାଲିଛି EKYC। ବର୍ତ୍ତମାନ ସୁଦ୍ଧା EKYC ପ୍ରକ୍ରିୟାରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ରାସନ କାର୍ଡ ରୁ ବାଦ ଦିଆଯାଉଛି। ମୋଟ ୩ କୋଟି ୩୬ ଲକ୍ଷ ୩୫ ହଜାର ୩୧୮ ହିତାଧିକାରୀଙ୍କ ମଧ୍ୟରୁ ଆଜି ସୁଦ୍ଧା ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ଜଣଙ୍କ EKYC ସରିଛି।

ମନ୍ତ୍ରୀ କହିଛନ୍ତି, ଖାଲି ସ୍ଥାନର ନୂଆ ହିତାଧିକାରୀକୁ କାର୍ଡ ଦିଆଯିବ। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୧୯ ହଜାର ୮୩୬ ଜଣ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି। ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଧାର ଇ- କେ.ୱାଇ.ସି ଯାଞ୍ଚ ସମୟରେ ଚିହ୍ନିତ ହେଉଥିବା ମୃତ ହିତାଧିକାରୀଙ୍କୁ ବାଦ ଦିଆଯାଇ, ଆଗକୁ ପୁଣି ଯେତେ ସ୍ଥାନ ଖାଲି ହେବ, ସେହି ସ୍ଥାନରେ, ଯୋଗ୍ୟ ଆବେଦନକାରୀଙ୍କୁ ନୂତନ ରାସନ କାର୍ଡ଼ ଯଥାଶୀଘ୍ର ଯୋଗାଇ ଦିଆଯିବ। ଆଜିସୁଦ୍ଧା, ରାଜ୍ୟରେ ନୂତନ ରାସନ କାର୍ଡ଼ ନିମନ୍ତେ ୬,୧୯,୮୩୬ ଆବେଦନ ପତ୍ର ହସ୍ତଗତ ହୋଇଥିବା ଗୃହରେ କହିଛନ୍ତି ମନ୍ତ୍ରୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri