ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ କହିଥିଲେ ଯେ, ବର୍ଷ ସାରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ସଫେଇ କର୍ମଚାରୀମାନେ ସଫା କରିଥାନ୍ତି। ଏଥିରେ ଜାତି ଭେଦ, ବାଛ ବିଚାର ନ କରି ସଫେଇ କର୍ମଚାରୀଙ୍କ ସହ ଏକତ୍ର ବସି ଖାଇବା ପିଇବା ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓଡ଼ିଶା ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ପାରିଷଦବର୍ଗଙ୍କୁ ଅଧ୍ୟକ୍ଷ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ପରେ ସମସ୍ତ ସଫେଇ କର୍ମଚାରୀଙ୍କୁ ମଧ୍ୟ ଅଧ୍ୟକ୍ଷ ଉତ୍ତରୀୟ ପ୍ରଦାନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ କନିଷ୍ଠ ଯନ୍ତ୍ରୀ ନାରାୟଣ ମହାରଣା, ଶ୍ରୀନିବାସ ପଟ୍ଟନାୟକଙ୍କ ସମେତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସହଯୋଗ କରିଥିଲେ। ପରିଶେଷରେ ଅଧ୍ୟକ୍ଷ ନୃପରାଜ ଯାଦବ ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଥିଲେ। ଶେଷରେ ନୃସିଂହ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Share