ନୂଆଦିଲ୍ଲୀ,୮।୯: ନୂଆଦିଲ୍ଲୀ ସ୍ଥିତ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ସୋମବାର ଭାଜପା ଏମ୍ପିଙ୍କ ଏକ ବଡ଼ ବୈଠକ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଏପରିକି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ପ୍ରମୁଖ ଉପସ୍ଥିତ ରହିଛନ୍ତି।
ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବୈଠକରେ ଯୋଗ ଦେଇଛନ୍ତି। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ଏହି ବୈଠକ ହୋଇଥିବା ସୂଚନା ମିଳିଛି।


