ରେଞ୍ଜରଙ୍କ ଟଏଲେଟ୍‌ ଫ୍ଲସ୍‌ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…

ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍‌ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି ବିଭିନ୍ନ ସ୍ଥାନରେ ଟଙ୍କା ଲୁଚାଇବାକୁ ବିଭୂଦାନନ୍ଦ ଉଦ୍ୟମ କରିଥିଲେ।

ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୭ ଜଣ ଡିଏସ୍‌ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ୍‌, ୬ ଇନ୍ସପେକ୍ଟର, ୬ ଏଏସ୍‌ଆଇ, ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। କଟକ ସ୍ବତନ୍ତ୍ର ଜଜ୍‌ ଭିଜିଲାନ୍ସଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ ଚାଲିଛି। ଢେଙ୍କାନାଳ ସହର ରତନ ବଜାରଠାରେ ପ୍ଲଟ୍‌ ନମ୍ବର ୩୧୬/୬୦୩୪ରେ ଥିବା ୩ ମହଲା ଘର ଓ ପ୍ଲଟ୍‌ ନମ୍ବର ୩୧୬ / ୬୫୪୦/ ୧୦୬୩୮ରେ ଥିବା ୨ ମହଲା ଘର, କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ରାହାଁଗୋଳଠାରେ ଥିବା ଫାର୍ମ ହାଉସ, ଭୁବନେଶ୍ୱର ରସୁଲଗଡ଼ସ୍ଥିତ ବ୍ରିନ୍ଦା ବସେରା ଜିଜିପି କଲୋନୀଠାରେ ଥିବା ୨୦୧ ନମ୍ବର ଫ୍ଲାଟ୍‌, ଆଠଗଡ଼ ବୀରକିଶୋରପୁର ଠାରେ ଥିବା ପୈତୃକ ଘର, ଢେଙ୍କାନାଳ ସହରରେ ଥିବା ସମ୍ପର୍କୀୟଙ୍କ ଘର, ତେଙ୍କାନାଳଠାରେ ଥିବା ତାଙ୍କର ସରକାରୀ ବାସଭବନ ଉପରେ ଚଢ଼ାଉ ଜାରି ରହିଛି। ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇନାହିଁ। ଚଢ଼ାଉ ସରିବା ପରେ ଏହା ଜଣାପଡ଼ିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri