ବାତ୍ୟାକୁ ନେଇ ଆସିଲା ବଡ଼ ଏବଂ ନୂଆ ଅପ୍‌ଡେଟ୍‌: ଜାଣନ୍ତୁ କେଉଁ ସମୟରେ କରିବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୧।୧୦: ବାତ୍ୟାର ଗତିପଥ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବଡ଼ ଏବଂ ନୂଆ ଅପ୍‌ଡେଟ୍‌ ଆସିଛି। ଏହି ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ ହୋଇଛି। ଏହା ଉତ୍ତର ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି। ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁପାରେ। ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇବ। ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ ବୋଲି ପୂର୍ବାନୁ ମାନ ହୋଇଛି।

ଆଇଏମଡି ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ।

ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।

ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri