ବାତ୍ୟାକୁ ନେଇ ଆସିଲା ବଡ଼ ଏବଂ ନୂଆ ଅପ୍‌ଡେଟ୍‌: ଜାଣନ୍ତୁ କେଉଁ ସମୟରେ କରିବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୧।୧୦: ବାତ୍ୟାର ଗତିପଥ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବଡ଼ ଏବଂ ନୂଆ ଅପ୍‌ଡେଟ୍‌ ଆସିଛି। ଏହି ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ ହୋଇଛି। ଏହା ଉତ୍ତର ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି। ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁପାରେ। ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇବ। ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ ବୋଲି ପୂର୍ବାନୁ ମାନ ହୋଇଛି।

ଆଇଏମଡି ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ।

ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।

ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri