କାଳିଆ ଯୋଜନାକୁ ନେଇ ଆସିଲା ବଡ଼ ଖବର, ଅଯୋଗ୍ୟ ହିତାଧିକାରୀ ଟଙ୍କା ଫେରାଇବେ…

ଭୁବନେଶ୍ୱର,୧୩।୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର ଟଙ୍କା ମିଳିଥିବା ବେଳେ ୧୫ ଲକ୍ଷ ୯୧ ହଜାର ହିତାଧିକାରୀଙ୍କୁ କେବଳ ଥରଟିଏ କିସ୍ତି ଟଙ୍କା ମିଳିଛି। ଯୋଜନା କାର୍ଯ୍ୟକାରୀ ବେଳେ ୯.୭୬ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଧରାପଡ଼ିଥିଲେ। ପରେ ଡାଟାବେସ ବିଶ୍ଳେଷଣ ବେଳେ ଆଉ ୨.୯୬ ଲକ୍ଷ ଅଯୋଗ୍ୟ ମିଳିଥିଲେ। ଏହିପରି ମୋଟ ୧୨.୭୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ କାଳିଆର ଯୋଜନାର କିସ୍ତି ଟଙ୍କା ପାଇଥିଲେ। ଏହି ୧୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ ୭୮୨ କୋଟି ନେଇଯାଇଥିବା ବେଳେ ତାଲିମ ନ ଦେଇ ୧୪.୦୪ ଭୂମିହୀନ କୃଷି ଶ୍ରମିକଙ୍କୁ ଟଙ୍କା ଦିଆଯାଇଥିଲା। ଏହି ଭୂମିହୀନ କୃଷି ଶ୍ରମିକ ୩ଟି କିସ୍ତିରେ ଟଙ୍କା ପାଇଥିଲେ।

ତେବେ କାଳିଆ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏକ ବଡ଼ ଘୋଷଣା କରିଛନ୍ତି । କାଳିଆ ଯୋଜନାରେ ଯେଉଁମାନେ ଅଯୋଗ୍ୟ ଅଛନ୍ତି, ସେମାନେ ଟଙ୍କା ଫେରାଇବେ ନା ନାହିଁ ତାକୁ ନେଇ ଏକ ପ୍ରକାର ଦ୍ବନ୍ଦ୍ୱ ଲାଗି ରହିଥିଲା । CAG ରିପୋର୍ଟରେ କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବା ପ୍ରସଙ୍ଗରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ରଖିଛନ୍ତି ବଡ଼ ବୟାନ ।

ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ରିକଭରି ନେଇ CAG ଯେଉଁ କଥା ଦର୍ଶାଇଛନ୍ତି, ତାହା ସମ୍ଭବ ହୋଇପାରିବ ନାହିଁ । ଅର୍ଥାତ ଅଯୋଗ୍ୟ ହିତାଧିକାରୀ ଟଙ୍କା ଫେରସ୍ତ କରିବେ ନାହିଁ । ସିଏଜି ରିପୋର୍ଟରେ ଦର୍ଶାଯାଇଛି ଯେ ତତ୍କାଳୀନ ବିଜେଡି ସରକାରଙ୍କ କାଳିଆ ଯୋଜନାରେ ୧୨ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଦିଆଯାଇଛି । ଏଥିଯୋଗୁଁ ୭୮୨ କୋଟି ଟଙ୍କାର ରାଜସ୍ବ କ୍ଷତି ହୋଇଛି।

ସୂଚନାଯୋଗ୍ୟ, ବିଜେଡି ସରକାରରେ ଥିବା କାଳିଆ ଯୋଜନା ବର୍ତ୍ତମାନ ସରକାରରେ ସିଏମ କିଷାନ ଯୋଜନା ହୋଇଛି। ନୂଆଖାଇ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀମାନଙ୍କୁ ସିଏମ କିଷାନ ଯୋଜନାର ଟଙ୍କା ଦେଇଛନ୍ତି। ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ. କିଷାନ ପୋର୍ଟାଲ ସହ କୃଷକ ଓ ୟୁନିଫାଏ ପୋର୍ଟାଲ୍ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ. କିଷାନ ସି.ଏମ. କିଷାନ ଓ ପି.ଏମ. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛ ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ପି.ଏମ. କିଷାନ ଯୋଜନାର ସୱତନ୍ତ୍ର ଅଭିଯାନ ନୂଆଖାଇଠାରୁ ଆରମ୍ଭ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସମସ୍ତ ଚାଷୀ ଭଉଣୀଭାଇମାନଙ୍କୁ କୃଷିକ୍ଷେତ୍ରରେ ସଶକ୍ତ କରିବାର ମୂଳ ଲକ୍ଷ୍ୟ ରଖି ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ଦୁଇଟି କିସ୍ତିରେ ସମୁଦାୟ ଚାରି ହଜାର ଟଙ୍କା ପ୍ରଦାନ କରାଯିବ। ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚ ଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ଦୁଇ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ପାଇବେ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ଦୁଇ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକ ମାନେ ଜନ ସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରି ପାରିବେ। ଲୋକାର୍ପିତ ହୋଇଥିବା ସିଏମ କିଷାନ ପୋର୍ଟାଲ ମାଧ୍ୟମରେ ଉଭୟ ସିଏମ କିଷାନ ଓ ପିଏମ କିଷାନ ଅନଲାଇନ କାର୍ଯ୍ୟ ସମ୍ପାଦିତ ହେବ ବୋଲି ସେ କହିଥିଲେ। ଏଥି ସହିତ ରାଜ୍ୟର ସମସ୍ତ ଚାଷୀମାନଙ୍କ ସୁବିଧା ପାଇଁ କୃଷକ ଓଡିଶା ୟୁନିଫାଏଡ ପୋର୍ଟାଲର ବ୍ୟବସ୍ଥା କରାଯାଇଛି । ଏହା ମାଧ୍ୟମରେ ଚାଷୀମାନେ ବିଭିନ୍ନ କୃଷି ଓ ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ଧୀୟ ପ୍ରଚଳିତ ସରକାରୀ ଯୋଜନା ବିଷୟରେ ତଥ୍ୟ ଜାଣିପାରିବା ସହିତ ଏଥିରୁ ମିଳୁଥିବା ସୁବିଧା ପାଇଁ ମଧ୍ୟ ଆବେଦନ କରି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?