ସୁଭଦ୍ରାକୁ ନେଇ ବଡ଼ ଖବର: ଏହିଦିନ ମିଳିପାରେ ତୃତୀୟ ପର୍ଯ୍ୟାୟ ଟଙ୍କା! ଶୀଘ୍ର କରନ୍ତୁ ଆବେଦନ…

ଭୁବନେଶ୍ୱର,୧୨।୧୦: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଅକ୍ଟୋବର ୯ ତାରିଖରେ ମିଳିଥିବାବେଳେ ଏବେ ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମଧ୍ୟ ମିଳିବାକୁ ଯାଉଛି। ଏନେଇ ସରକାର ପ୍ରସ୍ତୁତ ହେଲେଣି। ଏହାରି ଭିତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ସୂଚନା ଦେଇଛନ୍ତି। ଯଦି କେହି ଯୋଗ୍ୟ ହିତାଧିକାରୀ ଥାଇ ବି ଟଙ୍କା ପାଇ ନ ଥିଲେ ତାଙ୍କୁ ଫୋନ କଲ ଯିବ ବୋଲି ପ୍ରଭାତୀ କହିଛନ୍ତି। ଆବେଦନରେ ତ୍ରୁଟି କିମ୍ବା ଅନ୍ୟାନ୍ୟ ସମସ୍ୟା ଥିଲେ ଫୋନ ଯିବ ବୋଲି ସେ କହିଛନ୍ତି।

ପ୍ରଭାତୀ କହିଛନ୍ତି, ଏଯାବତ ୧ କୋଟି ୬୦ ହଜାର ମହିଳା ‘ସୁଭଦ୍ରା ଯୋଜନା’ରେ ପଞ୍ଜୀକରଣ କରିଛନ୍ତି। ତେବେ ତୃତୀୟ ପର୍ଯ୍ୟାୟରେ ତ୍ରୁଟି ହେଲେ ଫୋନ କଲ ଯିବ। ଫୋନ କରି ତ୍ରୁଟିକୁ ଠିକ କରିବାକୁ ପରାମର୍ଶ ଦିଆଯିବ। ଘରକୁ ଘର ଯାଇ ଅଙ୍ଗନାଓ୍ବାଡି କର୍ମୀ ଭୁଲ୍‌ ଠିକ କରିବେ। ଶେଷ ଯୋଗ୍ୟ ହିତାଧିକାରୀ ଯାଏ ଟଙ୍କା ମିଳିବ। ପରବର୍ତ୍ତୀ କିସ୍ତି ପାଇଁ ଠିକ ସମୟରେ ତାରିଖ ଘୋଷଣା ହେବ ବୋଲି ସେ କହିଛନ୍ତି।

ତେବେ କୁହାଯାଉଛି ଯେ, ଦୀପାବଳିରେ ମିଳିପାରେ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଦୀପାବଳିରେ ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ଏଯାବତ ୨ଟି ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳି ସାରିଛି। ଏମିତିରେ ୩ ପର୍ଯ୍ୟାୟକୁ ବାଦ ପଡ଼ିଥିବା ମହିଳା ଚାହିଁ ରହିଛନ୍ତି। ଅକ୍ଟୋବର ୯ ତାରିଖରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଦେଇ ଦଶହରା ଭେଟି ଦେଇଥିଲେ । ବାରିପଦାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମହିଳା ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଥିଲେ । ଏହାର ତୃତୀୟ ପର୍ଯ୍ୟାୟ ଟଙ୍କା ଦୀପାବଳିରେ ଦେବାକୁ ସରକାର ଯୋଜନା କରୁଛନ୍ତି ।

ଆଜି ସୁଦ୍ଧା ୧ କୋଟି ୬୦ ହଜାର ମହିଳା ଆବେଦନ କରିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରି ସୂଚନା ଦେଇଛନ୍ତି । କିନ୍ତୁ ପ୍ରଥମ ଦୁଇଟି ପର୍ଯ୍ୟାୟରେ ୬୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିଛି । ଏହି ପର୍ଯ୍ୟାୟରେ ବାକି ରହିଯାଇଥିବା ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସୁଭଦ୍ରା ଯୋଜନା ପାଇଁ କରିଥିବା ଆବେଦନରେ ଯଦି ତ୍ରୁଟି ଥିବ, ତେବେ ଫୋନ କଲ ଯିବ । ବ୍ଲକ ସ୍ତରରେ ଯାଞ୍ଚ କରାଯିବ, ଅଙ୍ଗନବାଡି କର୍ମୀ ମାନେ ଘରକୁ ଯିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri