ଭିନେଶ ଫୋଗଟ୍‌ଙ୍କୁ ନେଇ ଆସିଲା ବଡ଼ ଖବର, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୧।୮: ଘୁଞ୍ଚିଲା ରେସଲର୍‌ ଭିନେଶ ଫୋଗଟ୍‌ଙ୍କ ପଦକ ଆବେଦନର ଶୁଣାଣି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ରବିବାର ରାତିରେ ରାୟ ଆସିବାର ଥିଲା। ମାତ୍ର ଶୁଣାଣି ଦିନକୁ ଘୁଞ୍ଚାଇ ଦିଆଯାଇଛି। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ ସ୍ବର୍ଣ୍ଣ ପଦକ ଜିତିବା ଆଶା ଧୂଳିସାତ୍‌ ହୋଇଯାଇଥିବା ବେଳେ ସେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ।

ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ ତାରକା ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲେ। ହେଲେ ଦୁର୍ଭାଗ୍ୟବଶତଃ ମ୍ୟାଚ ପୂର୍ବରୁ ତାଙ୍କର ମାତ୍ର ୧୦୦ ଗ୍ରାମ ଓଜନ ବଢି ଯାଇଥିଲା। ଫଳରେ ତାଙ୍କୁ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ କରାଯାଇଥିଲା।

ତେବେ ଭିନେଶଙ୍କୁ ରୋପ୍ୟ ପଦକ ମିଳିବ କି ନେଇ ଏନେଇ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ ରାୟ ଦେବାର ଦିନକୁ ଘୁଞ୍ଚାଇ ଦେଇଛନ୍ତି। ରବିବାର ପରିବର୍ତ୍ତେ ୧୩ ତାରିଖ ଅର୍ଥାତ୍‌ ମଙ୍ଗଳବାର ଶୁଣାଣି କରାଯିବ ବୋଲି CASଙ୍କ ପକ୍ଷରୁ ସୂଚନା ମିଳିଛି। ୧୩ ତାରିଖ ରାତି ୯ଟା ୩୦ରେ ହେବ ଭିନେଶଙ୍କ ଶୁଣାଣି ହେବ ବୋଲି ଜଣାପଡିଛି।

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ୟୁଡବ୍ଲ୍ୟୁଡବ୍ଲ୍ୟୁ ଆବେଦନ ସତ୍ତ୍ୱେ ଭିନେଶଙ୍କ ଅଯୋଗ୍ୟତା ପ୍ରତ୍ୟାହାର କରାଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲା।
ଭିନେଶ ଅଯୋଗ୍ୟ ଘୋଷିତ ହେବା ପରେ ଗୁରୁବାର ଅବସର ଘୋଷଣା କରିଥିଲେ। ସେ ତାଙ୍କ ପୋଷ୍ଟ ରେ ଲେଖିଥିଲେ, ମୋ’ କୁସ୍ତି ମୋ’ଠାରୁ ଜିତିଗଲା, ମୁଁ ହାରିଗଲି, ମୋତେ କ୍ଷମା କରିବ, ତୁମର ସ୍ବପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ତାଙ୍କର ଏହି ଅବସର ଘୋଷଣା ପରେ ସମଗ୍ର ଭାରତବାସୀଙ୍କ ହୃଦୟ ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri