Posted inଜାତୀୟ

ବଡ଼ ଖବର: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସମସ୍ତ ୨୪୨ ଜଣ ମୃତ, ଯାତ୍ରା କରୁଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ

ଅହମଦାବାଦ,୧୨।୬: ଗୁରୁବାର (୧୨ ଜୁନ ୨୦୨୫) ଅପରାହ୍ନରେ ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସମ୍ବାଦ ସଂସ୍ଥା ଆସୋସିଏଟ ପ୍ରେସର ଏକ ରିପୋର୍ଟ ଅନୁଯାୟୀ, ବିମାନରେ ଥିବା ସମସ୍ତ ୨୪୨ ଜଣଙ୍କର ମୃତ୍ୟୁ ହୋଇଥବା ଘୋଷଣା କରାଯାଇଛି। ଉଡ଼ାଣର କିଛି ସମୟ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ରିପୋର୍ଟ ଅନୁଯାୟୀ, କମିଶନର ଜିଏସ ମଲିକ କହିଛନ୍ତି ଯେ ବିମାନ ଦୁର୍ଘଟଣାରୁ କେହି ବଞ୍ଚି ନାହାଁନ୍ତି ବୋଲି ମନେ ହେଉଛି। ସେ କହିଛନ୍ତି ଯେ ବିମାନଟି ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାରୁ, ‘କେତେଜଣ ସ୍ଥାନୀୟ ଲୋକଙ୍କ ମଧ୍ୟ ମୃତ୍ୟୁ ହୋଇଥାଇପାରେ।’

ଏହି ଦୁର୍ଘଟଣା ପରେ, ଅହମଦାବାଦ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସୀମିତ ବିମାନ ଚଳାଚଳ ପୁନଃ ଆରମ୍ଭ କରାଯାଇଛି। ଅହମଦାବାଦ ବିମାନବନ୍ଦର ନିକଟରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ, ଭାରତୀୟ ସଶସ୍ତ୍ର ବାହିନୀର ଦଳଗୁଡ଼ିକୁ ତୁରନ୍ତ ସହାୟତା ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ପଠାଯାଇଥିଲା।

ଏହା ବ୍ୟତୀତ, ପ୍ରାରମ୍ଭିକ ସହାୟତା କାର୍ଯ୍ୟ ପାଇଁ ସଶସ୍ତ୍ର ବାହିନୀ ସହିତ NDRF ଏବଂ ଅନ୍ୟାନ୍ୟ ସଂସ୍ଥା ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେନା ଅନୁଯାୟୀ, ସାମରିକ ବାହିନୀର ଏହି ଦଳରେ ଡାକ୍ତରୀ ଦଳ ଏବଂ ଅନ୍ୟାନ୍ୟ ଉଦ୍ଧାର କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କ ସହ କଥା ହୋଇଛନ୍ତି ଏବଂ ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ବିଷୟରେ ପଚାରି ବୁଝିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ତୁରନ୍ତ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ, ଅହମ୍ମଦାବାଦରେ ସମସ୍ତ ସମ୍ପୃକ୍ତ ସଂସ୍ଥାଗୁଡ଼ିକୁ ହାଇ ଆଲର୍ଟରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri