ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର:  ମୁହାଁମୁହିଁ ହେବେ…

ନୂଆପଡ଼ା,୧୩।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ କରାଯିବ। ସେପ୍ଟେମ୍ବର ୧୫ରୁ ୨୯ ଦାବି ଓ ଆପତ୍ତି ଦାଖଲ କରିବା ଅବଧି  ରହିଛି। ଅନ୍ୟପକ୍ଷେ ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ଚୂଡ଼ାନ୍ତ ଭୋଟର୍‌ ତାଲିକା ପ୍ରକାଶ ପାଇବ।
ତେବେ ନିକଟରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ହୋଇଛି। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଥିଲେ।

ତେବେ ତାଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ବିଧାୟକ ଆସନ ଖାଲି ପଡ଼ିଛି। ସେଠାରେ ଉପ ନିର୍ବାଚନ ହେବାକୁ ଯାଉଛି। ଏଥିରେ ୩ ପ୍ରମୁଖ ଦଳଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ। ବିଶେଷକରି ମୋହନ ମାଝିଙ୍କ ସରକାର ପ୍ରଥମଥର ପାଇଁ ଉପ ନିର୍ବାଚନ ସମ୍ମୁଖୀନ କରିବାକୁ ଯାଉଛନ୍ତି। ଏକପ୍ରକାର ଏହି ଉପ ନିର୍ବାଚନରେ ଜଣାପଡ଼ିବ ଜନତା ତାଙ୍କ ଉପରେ କେତେ ଖୁସି ଅଛନ୍ତି।
ଅନ୍ୟପକ୍ଷେ ଭାଜପା ପକ୍ଷରୁ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡାଙ୍କୁ ଟିକେଟ୍‌ ମିଳାବା ନେଇ ଚର୍ଚ୍ଚା ହେଉ ଥିବା ବେଳେ ବିଜେଡରୁ ରାଜେନ୍ଦ୍ର ଢ଼ୋଲକିଆଙ୍କ ପରିବାରର କାହାକୁବି ଟିକେଟ୍‌ ମିଳିପାରେ। ତେବେ ଘସିରାମ ମାଝି ପୂର୍ବ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ନିକଟରେ ସେ କଂଗ୍ରେସକୁ ଫେରିଥିବା ବେଳେ ଦଳ ପକ୍ଷରୁ ସେ ଆଶାୟୀ ଥିବା ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri