ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର, ଏହିଦିନ ମିଳିବ ଟଙ୍କା…

ଭୁବନେଶ୍ୱର,୨୨ା୭: ସୁଭଦ୍ରାକୁ ନେଇ ବଡ଼ ଖବର। ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ରାଜ୍ୟରେ ଅଙ୍ଗନୱାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରୀଛାତ୍ର ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରି କହିଛନ୍ତି । ଆଇଆଇଏମ ସମ୍ବଲପୁରର ମଡେଲ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରୀଛାତ୍ରଙ୍କ ସହଯୋଗରେ ମହିଳା ଶିଶୁ ବିକାଶର ମିଳିତ ଉଦ୍ୟମରେ ରାଜ୍ୟବ୍ୟାପୀ ଏହି ସୁଭଦ୍ରା ସମୀକ୍ଷା କରାଯିବ ।

ରାଜ୍ୟରେ ୨୦୦ରୁ ଅଧିକ ଅଙ୍ଗନୱାଡ଼ି କେନ୍ଦ୍ରର ମଧ୍ୟ ଏହି କାର୍ଯ୍ୟକ୍ରମ ଜରିଆରେ ସମୀକ୍ଷା କରାଯିବ। ଏକ ସତନ୍ତ୍ର ଆପ ମାଧ୍ୟମରେ ଏହି ସବୁ ସମୀକ୍ଷା ହେବ। ସୁଭଦ୍ରା ଯୋଜନା ଦୁଇଥର ପାଇବା ପରେ ତାହାକୁ ଅନୁଧ୍ୟାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ହିତାଧିକାରୀ କିପରି ଦୁଇଟି କିସ୍ତିକୁ ଖର୍ଚ୍ଚ କରିଛନ୍ତି ତାହାକୁ ଅନୁଧ୍ୟାନ କରାଯିବ। ଏଥିରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ମେମ୍ବରଙ୍କ ସହ ପିଆରଆଇ ମେମ୍ବର, ଅଙ୍ଗନୱାଡ଼ି ମେମ୍ବର ଓ ହେଲ୍ପରଙ୍କ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରୀଛାତ୍ର ଏହି ଦିଗରେ କାର୍ଯ୍ୟ କରିବେ। ଏହି କାର୍ଯ୍ୟକ୍ରମ ୨୨ ହଜାର ମହିଳାଙ୍କୁ ସୁଭଦ୍ରା ସମୀକ୍ଷା କରିବାକୁ ପ୍ରାୟ ୧ ମାସ ସମୟ ଲାଗିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଆସନ୍ତା ରକ୍ଷାବନ୍ଧନରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ମିଳିବ। ଆସନ୍ତା ଅଗଷ୍ଟ ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ତୃତୀୟ କିସ୍ତି।ଯେଉଁମାନେ ଦ୍ୱିତୀୟ କିସ୍ତି ପାଇନାହାନ୍ତି ଆସନ୍ତା ୨ ଦିନ ମଧ୍ୟରେ ସମ୍ପୃକ୍ତ ହିତାଧିକାରୀଙ୍କ ତାଲିକାକୁ ରିଭ୍ୟୁ କରାଯିବ।ବହୁ ଜଲଦି ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରାକ୍‌ର ସମସ୍ତ କିସ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri