ଆମେରିକାରୁ ଆସିଲା ବଡ଼ ଖବର, ଶପଥ ପରେ ମୋଦିଙ୍କୁ ଭେଟିବାକୁ ଆସିବେ ଟ୍ରମ୍ପ, ହେବ ବଡ଼ ପ୍ଲାନ

ନୂଆଦିଲ୍ଲୀ,୨୦।୧:ଆଜି ଶପଥ ନେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ତାଙ୍କର ଦ୍ୱିତୀୟ ଇନିସଂ ଆରମ୍ଭ ହେବାକୁ ଯାଉଛି। ଅନେକ ଦେଶର ବଡ଼ ବଡ଼ ଦାୟିତ୍ୱରେ ଥିବା ବ୍ୟକ୍ତି ଟ୍ରମ୍ପଙ୍କ ଶପଥ ସମାରୋହରେ ଯୋଗ ଦେବାକୁ ଯାଉଛନ୍ତି। କିନ୍ତୁ ଏହାରି ଭିତରେ ସବୁଠାରୁ ବଡ଼ କଥା ହେଉଛି ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିନାହାନ୍ତି। ଯାହାକୁ ନେଇ ରାଜନୀତି ଜୋର ଧରିଛି। ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପାଇଁ ବୈଦିଶିକ ମନ୍ତ୍ରୀ ଜୟଶଙ୍କର ପ୍ରତିନିଧିତ୍ୱ କରିବେ। ତେବେ ମୋଦିଙ୍କୁ ନିମନ୍ତ୍ରଣ ହୋଇ ନ ଥିବା ନେଇ ଚର୍ଚ୍ଚା ବେଶ୍‌ ଖୋରାକ ଯୋଗାଉଛି।

ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଶପଥ ଗ୍ରହଣ ପରେ ଟ୍ରମ୍ପ ବହୁତ ଶୀଘ୍ର ମୋଦିଙ୍କୁ ସାକ୍ଷାତ କରିପାରନ୍ତି। ଏନେଇ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ସୂଚନା ଦେଇଛନ୍ତି। ସେ ବହୁତଶୀଘ୍ର ଭାରତ ଗସ୍ତ କରିପାରନ୍ତି। କିମ୍ବା ମୋଦିଙ୍କୁ ହ୍ବାଇସ ହାଉସ ପାଇଁ ନିମନ୍ତ୍ରଣ ହୋଇପାରେ। ସେହିପରି ଚାଇନା ସହିତ ସମ୍ପର୍କକୁ ମଜବୁତ କରିବା ପାଇଁ ଟ୍ରମ୍ପ ଚାଇନା ଗସ୍ତ କରିପାରନ୍ତି।

ଟ୍ରମ୍ପଙ୍କ ଶପଥ ଉତ୍ସବ ପାଇଁ ଦେଶର ପ୍ରଥମ ମହିଳା ହେବାକୁ ଯାଉଥିବା ମେଲାନିଆ ଏବଂ ପୁଅ ବାରୋନଙ୍କ ସହିତ ଏକ ସ୍ବତନ୍ତ୍ର ବିମାନରେ ଓ୍ବାଶିଂଟନ ଡିସିରେ ପହଞ୍ଚିଛନ୍ତି। ୱାଲ ଷ୍ଟ୍ରିଟ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ର୍ନିବାଚନ ପ୍ରଚାର ସମୟରେ ଚାଇନା ଉପରେ ଅତିରିକ୍ତ ଶୁଳ୍କ ଲଗାଇବାକୁ ଧମକ ଦେଇଥିବା ଟ୍ରମ୍ପ ସି ଜିନପିଙ୍ଗଙ୍କ ସହ ସମ୍ପର୍କକୁ ଆହୁରି ଗଭୀର କରିବାକୁ ଚାହୁଁଛନ୍ତି, କାରଣ ଚାଇନାକୁ ଆମଦାନୀ ଉପରେ ଅଧିକ ଶୁଳ୍କ ଲଗାଇବାର ଧମକ ଯୋଗୁଁ ତାଙ୍କ ମଧ୍ୟରେ ତିକ୍ତତା ଆସିଯାଇଛି।

ରିପୋର୍ଟରେ ଆହୁରି କୁହାଯାଇଛି ଯେ ଟ୍ରମ୍ପଙ୍କ ନିକଟତରଙ୍କ ଅନୁସାରେ ତାଙ୍କର ସମ୍ଭାବ୍ୟ ଭାରତ ଗସ୍ତ ବିଷୟରେ ପରାମର୍ଶଦାତାଙ୍କ ସୂଚନା ଦେଇଛନ୍ତି। ଏହି ଗସ୍ତ ଚଳିତ ବର୍ଷ ଏପ୍ରିଲ ଆରମ୍ଭରେ କିମ୍ବା ଶେଷ ଭାଗରେ ହୋଇପାରେ। କିମ୍ବା ହ୍ବାଇଟ ହାଉସ ବୈଠକ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣ ଉପରେ ମଧ୍ୟ ବିଚାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?