ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ ମୋଟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ, ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଲାଗି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ୍‌ ଏମ୍‌ଏମ୍‌ଏସ୍‌ବିୱାଇ- ସ୍ମାର୍ଟ ମିଟର ସଂଯୋଗ ଯୋଜନାର ପ୍ରଥମ ପର୍ଯ୍ୟାୟକୁ ଅନୁମୋଦନ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନୂତନ ପଦକ୍ଷେପ ଦ୍ୱାରା ରାଜ୍ୟର ସ୍ୱଳ୍ପ ପରିମାଣର (୨ କିଲୋୱାଟ୍‌ ସମେତ) ବିଦ୍ୟୁତ୍‌ ବ୍ୟବହାର କରୁଥିବା ଉପଭୋକ୍ତା ବିଶେଷ ଭାବେ ଉପକୃତ ହେବେ। ଏହି ଯୋଜନା ଅନ୍ତର୍ଗତ ସ୍ମାର୍ଟ ମିଟର ସଂଯୋଗ ପାଇଁ ଉପଭୋକ୍ତାଙ୍କୁ କୌଣସି ଅତିରିକ୍ତ ମିଟର ଭଡ଼ା ଦେବାକୁ ପଡ଼ିବ ନାହିଁ କିମ୍ୱା ଏହା ଖୁଚୁରା ଯୋଗାଣ ଟାରିଫ୍‌ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ଏହି ଯୋଜନାକୁ ସମସ୍ତ ବିଦ୍ୟୁତ୍‌ ବିତରଣ କମ୍ପାନୀ ଯଥା ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌), ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌), ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌), ଟିପି ନର୍ଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ନିଜ ନିଜର ଲାଇସେନ୍ସପ୍ରାପ୍ତ ଅଞ୍ଚଳରେ କାର୍ଯ୍ୟକାରୀ କରିବେ। ୨୦୨୫ ମାର୍ଚ୍ଚ ୨୪ରୁ ରିଟେଲ୍‌ ସପ୍ଲାଏ ଟାରିଫ୍‌ ଅର୍ଡର ଅନୁଯାୟୀ, ୨ କିଲୋୱାଟ୍‌ ପର୍ଯ୍ୟନ୍ତ କଣ୍ଟ୍ରାକ୍ଟ ଡିମାଣ୍ଡ (ସିଡି) ଥିବା ସ୍ମାର୍ଟ ମିଟର ଉପଭୋକ୍ତାଙ୍କ ପାଇଁ ୧ ଏପ୍ରିଲ ୨୦୨୫ରୁ ମିଟର ଭଡ଼ା ସମ୍ପୂର୍ଣ୍ଣ ରୂପେ ଉଚ୍ଛେଦ କରାଯାଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷରେ ୨ କିଲୋୱାଟ୍‌ ପର୍ଯ୍ୟନ୍ତ କଣ୍ଟାକ୍ଟ ଡିମାଣ୍ଡ(ସିଡି)ଥିବା ଉପଭୋକ୍ତାଙ୍କ ପାଇଁ ୧୧,୫୩,୧୦୦ଟି ସ୍ମାର୍ଟ ମିଟର ସ୍ଥାପନ କରିବାକୁ ପ୍ରସ୍ତାବ ରହିଛି। ଏଥିମଧ୍ୟରୁ ୮,୭୫,୦୦୦ ପୁରୁଣା ମିଟର ବଦଳରେ ସ୍ମାର୍ଟ ମିଟର ଲଗାଯିବ ଏବଂ ପ୍ରାୟ ୨,୭୮,୧୦୦ଟି ନୂତନ ସଂଯୋଗ ପାଇଁ ସ୍ମାର୍ଟ ମିଟର ବ୍ୟବହାର କରାଯିବ ବୋଲି ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri