ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ ମୋଟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ, ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଲାଗି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ୍‌ ଏମ୍‌ଏମ୍‌ଏସ୍‌ବିୱାଇ- ସ୍ମାର୍ଟ ମିଟର ସଂଯୋଗ ଯୋଜନାର ପ୍ରଥମ ପର୍ଯ୍ୟାୟକୁ ଅନୁମୋଦନ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନୂତନ ପଦକ୍ଷେପ ଦ୍ୱାରା ରାଜ୍ୟର ସ୍ୱଳ୍ପ ପରିମାଣର (୨ କିଲୋୱାଟ୍‌ ସମେତ) ବିଦ୍ୟୁତ୍‌ ବ୍ୟବହାର କରୁଥିବା ଉପଭୋକ୍ତା ବିଶେଷ ଭାବେ ଉପକୃତ ହେବେ। ଏହି ଯୋଜନା ଅନ୍ତର୍ଗତ ସ୍ମାର୍ଟ ମିଟର ସଂଯୋଗ ପାଇଁ ଉପଭୋକ୍ତାଙ୍କୁ କୌଣସି ଅତିରିକ୍ତ ମିଟର ଭଡ଼ା ଦେବାକୁ ପଡ଼ିବ ନାହିଁ କିମ୍ୱା ଏହା ଖୁଚୁରା ଯୋଗାଣ ଟାରିଫ୍‌ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ଏହି ଯୋଜନାକୁ ସମସ୍ତ ବିଦ୍ୟୁତ୍‌ ବିତରଣ କମ୍ପାନୀ ଯଥା ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌), ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌), ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌), ଟିପି ନର୍ଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ନିଜ ନିଜର ଲାଇସେନ୍ସପ୍ରାପ୍ତ ଅଞ୍ଚଳରେ କାର୍ଯ୍ୟକାରୀ କରିବେ। ୨୦୨୫ ମାର୍ଚ୍ଚ ୨୪ରୁ ରିଟେଲ୍‌ ସପ୍ଲାଏ ଟାରିଫ୍‌ ଅର୍ଡର ଅନୁଯାୟୀ, ୨ କିଲୋୱାଟ୍‌ ପର୍ଯ୍ୟନ୍ତ କଣ୍ଟ୍ରାକ୍ଟ ଡିମାଣ୍ଡ (ସିଡି) ଥିବା ସ୍ମାର୍ଟ ମିଟର ଉପଭୋକ୍ତାଙ୍କ ପାଇଁ ୧ ଏପ୍ରିଲ ୨୦୨୫ରୁ ମିଟର ଭଡ଼ା ସମ୍ପୂର୍ଣ୍ଣ ରୂପେ ଉଚ୍ଛେଦ କରାଯାଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷରେ ୨ କିଲୋୱାଟ୍‌ ପର୍ଯ୍ୟନ୍ତ କଣ୍ଟାକ୍ଟ ଡିମାଣ୍ଡ(ସିଡି)ଥିବା ଉପଭୋକ୍ତାଙ୍କ ପାଇଁ ୧୧,୫୩,୧୦୦ଟି ସ୍ମାର୍ଟ ମିଟର ସ୍ଥାପନ କରିବାକୁ ପ୍ରସ୍ତାବ ରହିଛି। ଏଥିମଧ୍ୟରୁ ୮,୭୫,୦୦୦ ପୁରୁଣା ମିଟର ବଦଳରେ ସ୍ମାର୍ଟ ମିଟର ଲଗାଯିବ ଏବଂ ପ୍ରାୟ ୨,୭୮,୧୦୦ଟି ନୂତନ ସଂଯୋଗ ପାଇଁ ସ୍ମାର୍ଟ ମିଟର ବ୍ୟବହାର କରାଯିବ ବୋଲି ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri