ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆ ପାଇଁ ବଡ଼ ଖବର, ହେଡ୍‌ କୋଚ୍‌ ଭାବେ ଦାୟିତ୍ୱ ନେଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୯।୭: ଭାରତୀୟ ଟିମ୍‌ର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ ଭାରତୀୟ ଟିମ୍‌ର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ କୋଚ୍‌ ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଏନେଇ ମଙ୍ଗଳବାର ରାତିରେ ବିସିସିଆଇ ସଚିବ ଜୟ ଶାହା ସୋସିଆଲ ମିଡିଆ ଏକ୍ସରେ ଘୋଷଣା କରିଛନ୍ତି।

 

କହିରଖୁଛୁ କି, ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଟି୨୦ ଓ୍ବାଲର୍‌ଡକପ୍‌ ପରେ ଶେଷ ହୋଇଥିଲା। ଦ୍ରାବିଡ ଟି୨୦ ଓ୍ବାଲର୍‌ଡକପ ୨୦୨୧ ପରେ ଏହି ପଦ ସମ୍ଭାଳି ଥିଲେ। ହେଲେ ତାଙ୍କ କାର୍ଯ୍ୟକାଳ ୨୦୨୩ ବିଶ୍ୱକପ ଯାଏଁ ଥିଲା। ତାଙ୍କ କାର୍ଯ୍ୟକାଳକୁ ବିସିସିଆଇ ସେତେବେଳେ ବୃଦ୍ଧି କରିଥିଲେ।

ଏବେ ଟିମ୍‌ ଇଣ୍ଡିଆର ହେଡ୍‌ କୋଚ୍‌ ଭାବେ ଦାୟିତ୍ୱ ନେଇଛନ୍ତି ଗମ୍ଭୀର। ଆଇପିଏଲ ୨୦୨୪ ପୂର୍ବରୁ ସେ କୋଲକତା ନାଇଟ ରାଇଡର୍ସର ମେଣ୍ଟର ଭାବେ ଥିଲେ। ତାଙ୍କ ମେଣ୍ଟରଶିପ୍‌ରେ କେକେଆର ଚାମ୍ପିଆନ ହୋଇଥିଲା। ଗମ୍ଭୀର ଏହି ପଦ ପାଇଁ ଆବେଦନ କରିବାରେ ଜଣେ ହିଁ ପ୍ରାର୍ଥୀ ଥିଲେ। ତେବେ ୪୨ବର୍ଷିୟ ଗମ୍ଭୀର ୨୦୧୮ ଡିସେମ୍ବର ୪ରେ ଇଣ୍ଟରନ୍ୟାଶନାଲ କ୍ରିକେଟରୁ ଅଲବିଦା ନେଇଥିଲେ। ସେ ଇଣ୍ଡିଆ ପକ୍ଷରୁ ନିଜ ଶେଷ ଟେଷ୍ଟ ମ୍ୟାଚ୍‌ ୨୦୧୬ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ସେ ୫୮ଟି ଟେଷ୍ଟ ମ୍ୟାଚ୍‌ରେ ହାରାହାରି ୪୧.୯୫ରୁ ୪୧.୫୪ ରନ୍‌ କରିଥିଲେ। ଯେଉଁଥିରେ ସେ ଶତକ ମଧ୍ୟ ରଚିଥିଲେ।

ସେ ୧୪୭ ଓ୍ବାନ ଡେରେ ୫୩୨୮ ରନ୍‌ କରିଥିଲେ। ୨୦୧୧ ବିଶ୍ୱକପ ଫାଇନାଲରେ ସେ ୯୭ ରନ୍‌ର ସ୍ମରଣୀୟ ଇନିସଂ ମଧ୍ୟ କରିଛନ୍ତି। ଯେଉଁଥିରେ ଭାରତ ଦ୍ୱିତୀୟ ଥର ପାଇଁ ବିଶ୍ୱକପ ହାତେଇଥିଲା। ଟି୨୦ ଇଣ୍ଟରନ୍ୟାଶନାଲ ୩୭ ମ୍ୟାଚ୍‌ରେ ସେ ୭ ଅର୍ଦ୍ଧଶତକରେ ୯୩୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri