ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ

ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ଏଥିନିମନ୍ତେ ସ୍ବତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରାଯିବ। ସେଥିରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍‌ ଚଳାଚଳ କରିବ। ଏହି ଟ୍ରେନ୍‌ଗୁଡ଼ିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାଓଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ। ରେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେଶନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଳମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ଓଡ଼ିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ କରୁଛି। ଆଉ ନୂତନ ୩ଟି ଟ୍ରେନ୍‌ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ୍‌ ଓଡ଼ିଶାବାସୀଙ୍କୁ ସେବା ଯୋଗାଇବ। ଚଳିତବର୍ଷ ବଜେଟରେ ଓଡ଼ିଶା ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri